ଆଖୁ ଚାଷୀଙ୍କ ପାଇଁ ୧୫,୦୦୦ ଇନପୁଟ୍ ସବସିଡି ଘୋଷଣା

ଭୁବନେଶ୍ୱର: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଜ୍ୟର କୃଷକମାନଙ୍କୁ ପ୍ରାଥମିକ କୃଷି ସମବାୟ ସମିତି (PACS) ଏବଂ ଆଦିବାସୀ ବହୁମୁଖୀ ସମବାୟ ସମିତି (LAMPCS) ସହ ଯୋଡ଼ି ହେବା ପାଇଁ ସେ ଆହ୍ୱାନ ଜଣାଇଛନ୍ତି।

କୃଷିର ସର୍ବାଙ୍ଗୀନ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ‘ଆଖୁ ଚାଷ ପ୍ରୋତ୍ସାହନ ଯୋଜନା’ର ବି ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ଅଧୀନରେ ବଡ଼ମ୍ବା ଏବଂ ଆସିକା ଅଞ୍ଚଳର ଆଖୁ ଚାଷୀଙ୍କ ପାଇଁ ହେକ୍ଟର ପିଛା ₹୧୫,୦୦୦ ଇନପୁଟ୍ ସବସିଡି ଘୋଷଣା କରାଯାଇଛି। ଏହାଦ୍ୱାରା ଅଞ୍ଚଳର ଆଖୁ ଚାଷୀମାନେ ବେଶ୍ ଲାଭବାନ ହେବେ।

ସମବାୟ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ୧୮୫ଟି ରୂପାନ୍ତରିତ ମଣ୍ଡି ଏବଂ ୫୦ଟି ‘କଷ୍ଟମ୍ ହାୟାରିଂ ସେଣ୍ଟର’ର ଘୋଷଣା କରିଛନ୍ତି। ଏହାସହ ଗ୍ରାମାଞ୍ଚଳରେ ସେବା ଯୋଗାଇଦେବା ପାଇଁ ୨୫୦ଟି ଜନସେବା କେନ୍ଦ୍ର (CSC) ଏବଂ ୬୦ଟି ନୂତନ ‘Consumer Store’ (ଉପଭୋକ୍ତା ଭଣ୍ଡାର) ପ୍ରତିଷ୍ଠା ହେବା ନେଇ ଘୋଷଣା କରାଯାଇଛି।

ସମବାୟ କ୍ଷେତ୍ରରେ ସ୍ୱଚ୍ଛତା ଓ ସ୍ମାର୍ଟ ସେବା ପ୍ରଦାନ ଲକ୍ଷ୍ୟରେ ୩୦୦ଟି ପ୍ୟାକ୍ସ (PACS)ରେ ଅନ୍‌ଲାଇନ୍ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି। ଏହାସହିତ ମୁଖ୍ୟମନ୍ତ୍ରୀ ୮ ଲକ୍ଷରୁ ଅଧିକ ଚାଷୀଙ୍କୁ ସେମାନଙ୍କର ଲାଭାଂଶ ଆକାଉଣ୍ଟକୁ ହସ୍ତାନ୍ତର କରିଛନ୍ତି, ଯାହା ରାଜ୍ୟର ଚାଷୀ ମୋର୍ଚ୍ଚାକୁ ଆହୁରି ସଶକ୍ତ କରିବ।

  • Related Posts

    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading
    ବାଣିଶ୍ରୀ ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ

    ଭୁବନେଶ୍ୱର: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ବାଣିଶ୍ରୀ  ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ । ବୃତ୍ତି ଆବେଦନଗୁଡ଼ିକୁ ଶିକ୍ଷାନୁଷ୍ଠାନ ସ୍ତରରେ ବିଚାରକୁ ନେବା ପାଇଁ ୪୫ ଦିନର ସମୟସୀମା ଧାର୍ଯ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ