ଆଗକୁ ଫାୟାର ମ୍ୟାନ ପଦବୀରେ ନିଯୁକ୍ତି ହେବେ ମହିଳା!

ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ମହିଳାଙ୍କ ନିଯୁକ୍ତି ବିଷୟକୁ ବିଚାରକୁ ନିଆଯିବ। ଏଥିପାଇଁ ଆବଶ୍ୟକୀୟ ସଂଶୋଧନ ଜରିଆରେ ପଦବୀକୁ ଫାୟାର ଫାଇଟର ବା ଅଗ୍ନିଯୋଦ୍ଧା ଭାବେ ନାମିତ କରାଯିବ। ଏହାଫଳରେ ମହିଳାମାନେ ମଧ୍ୟ ଏଥିରେ ନିଯୁକ୍ତିର ସୁଯୋଗ ପାଇ ପାରିବେ ବୋଲି ଆଜି ରାଜ୍ୟ ସ୍ତରୀୟ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
ଭୁବନେଶ୍ୱର ଓୟୁଏଟି ସମ୍ମିଳନୀ କକ୍ଷରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଗ୍ନିଯୋଦ୍ଧା ମାନଙ୍କୁ ନୂତନ ଦାୟିତ୍ୱ ନେଇଥିବାରୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଜନସାଧାରଣଙ୍କ ସେବା କରିବା ପାଇଁ ଓ ସେମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଆପଣମାନଙ୍କୁ ଆଜି ସୁଯୋଗ ମିଳିଛି। ମଣିଷ ଜୀବନ ବଞ୍ଚାଇବା ମହାପୂଣ୍ୟ କାମ। ଦରମା ତ ପ୍ରତ୍ୟେକ କର୍ମଚାରୀ ପାଉଛନ୍ତି, କିନ୍ତୁ ଜୀବନ ରକ୍ଷାକରି ପୂଣ୍ୟ ଅର୍ଜନ କରିବାର ସୁଯୋଗ ସମସ୍ତଙ୍କୁ ମିଳେ ନାହିଁ । ସମାଜର ପ୍ରଶଂସା ଓ ସମ୍ମାନ ଆପଣଙ୍କ ଜୀବନର ସବୁଠାରୁ ବଡ ସଫଳତା ହେବ। ଆପଣମାନଙ୍କର କାର୍ଯ୍ୟ କ୍ଷେତ୍ରରେ ସୁନାମ ରାଜ୍ୟକୁ ସୁରକ୍ଷିତ କରି ରଖିବ।
ସେ କହିଥିଲେ , ରାଜ୍ୟରେ ମୋଟ ୩୮୩୨ଟି ଆଗ୍ନିକ ଓ ୩୮୭ଟି ପଦବୀ ରହିଛି। ଆଜି ଖାଲି ଥିବା ୮୨୬ଟି ଆଗ୍ନିକ ଓ ୧୧୫ଟି ଆଗ୍ନିକ ଗାଡିଚାଳକ ପଦବୀ ପୂରଣ ହେଲା। ଗୋଟିଏ ଦିନରେ ସମ୍ପୂର୍ଣ୍ଣ ପଦବୀ ସଂଖ୍ୟାର ୨୨ ଭାଗ ପଦବୀ ପୂରଣ କରାଗଲା। ରାଜ୍ୟରେ ସରକାରୀ ପଦବୀ ଖାଲି ରହିଲେ, ଏହାର ପ୍ରଭାବ ବିଭାଗ ଉପରେ ପଡ଼େ। ଅଗ୍ନିଶମ ବିଭାଗ ପରି ଏକ ଜରୁରୀକାଳୀନ ସଂସ୍ଥାରେ ପଦବୀ ଖାଲି ରହିବା ଗ୍ରହଣୀୟ ନୁହେଁ। ୯୪୧ ଜଣ ନୂଆ ଅଗ୍ନିଯୋଦ୍ଧାଙ୍କ ଯୋଗଦାନ ବିଭାଗକୁ ସୁଦୃଢ କରିବ ଏବଂ ବିଭାଗ ଲୋକଙ୍କ ଧନଜୀବନ ସୁରକ୍ଷା କରିବା ପାଇଁ ଅଧିକ ସକ୍ଷମ ହେବ।

ଗୃହ ବିଭାଗରେ ଖାଲିଥିବା ପଦବୀ ଓ ନୂଆ ପଦବୀ ମିଶି ପ୍ରାୟ ୧୦,୦୦୦ ପଦବୀ ଖୁବ୍ ଶୀଘ୍ର ପୂରଣ ହେବ। ସେହିପରି ୨୦୨୦ ଠାରୁ ଗୃହରକ୍ଷୀ ନିଯୁକ୍ତି ବନ୍ଦ ଅଛି। ଏବେ ପ୍ରାୟ ୨୪୧୬ଟି ପଦବୀ ଖାଲି ଅଛି। ଖୁବ୍ ଶୀଘ୍ର ଏ ଗୁଡ଼ିକ ମଧ୍ୟ ପୂରଣ ହେବ। ଆଗାମୀ ୫ ବର୍ଷ ମଧ୍ୟରେ ଆମ ସରକାର ୧.୫ ଲକ୍ଷ ସରକାରୀ ପଦବୀ ପୂରଣ କରିବା ପାଇଁ ସ୍ଥିର କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝି କହିଥିଲେ।

ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଉପସ୍ଥିତ ରହି ଅଗ୍ନିଶମ ବାହିନୀରେ ଝିଅମାନଙ୍କୁ ସୁଯୋଗ ଦେବା ପାଇଁ ପ୍ରସ୍ତାବ ରଖିଥିଲେ। ଏହା ଉପରେ ବିଚାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଭୁବନେଶ୍ଵର ଏକାମ୍ର ବିଧାୟକ ବାବୁ ସିଂହ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ଏବଂ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ମହାନିର୍ଦ୍ଦେଶକ ଡଃ ସୁଧାଂଶୁ ଷଡ଼ଙ୍ଗୀ ଉପସ୍ଥିତ ଥିଲେ।

Related Posts

ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

Continue reading
ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

Continue reading

Leave a Reply

Your email address will not be published. Required fields are marked *

You Missed

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ