ଆଗକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । କିନ୍ତୁ ଏହା ଆଗକୁ ଅଗ୍ରସର ହେଉନି । ୧୮ ଦିନ ତଳେ ଯେଉଁଠି ଥିଲା ଏବେ ବି ସେଇଠି ରହିଛି । ମୌସୁମୀ ଅଗ୍ରସର ରେଖା ଭବାନୀପାଟଣା- ପୁରୀରୁ ଉପରକୁ ଉଠୁନି । ତେବେ ଆଗକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହା ମୌସୁମୀକୁ ଅଗ୍ରସର କରାଇବାକୁ ଅନୁକୂଳ ସ୍ଥିତି ସୃଷ୍ଟି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

ଶ୍ରୀ ମହାପାତ୍ର ଆକଳନ କରି କହିଛନ୍ତି, ଆସନ୍ତା ୨ରୁ ୩ ଦିନରେ ରାଜ୍ୟତମାମ ଅଧିକ ବର୍ଷା ହେବ । ଦକ୍ଷିଣ ଓଡ଼ିଶାରେ ମୌସୁମୀ ବର୍ଷା ହେଉଛି । ଆଗକୁ ଉତ୍ତର ଓଡ଼ିଶାରେ ଭଲ ବର୍ଷା ହେବ । ଆଗକୁ ପାଣିପାଗ ପୂର୍ବାନୁମାନକୁ ଆହୁରି କ୍ରିୟାଶୀଳ କରିବାକୁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ) ପ୍ରୟୋଗ କରାଯିବ । ଏହା ପୂର୍ବାପେକ୍ଷା ଠିକ୍‌ ପୂର୍ବାନୁମାନ କରିବ । ଏହାଲୋକଙ୍କୁ ତ୍ୱରିତ୍‌ ଓ ରିଅଲ ଟାଇମ୍‌ ପୂର୍ବାନୁମାନ ଦେବ । ଏବେ ମୌସୁମ ମୋବାଇଲ ଆପସ୍‌ ଜରିଆରେ ଲୋକେ ପଞ୍ଚାୟତସ୍ତରରେ ପାଣିପାଗ ପୂର୍ବାନୁମାନ ପାଉଛନ୍ତି। ପ୍ରତି ଗାଁ ସ୍ତରରେ ତ୍ୱରିତ୍‌ ପାଣିପାଗ ପୂର୍ବାନୁମାନ ପହଞ୍ଚାଇବାକୁ ଆମେ କାମ କରୁଛୁ । ଆସନ୍ତା ୫ ବର୍ଷରେ ମିଶନ ମୌସମ୍‌ ଅଧିକ କ୍ରିୟାଶୀଳ ହେବ ବୋଲି ସେ କହିଛନ୍ତି ।

ଆଇଏମ୍‌ଡିର ପୂର୍ବାନୁମାନ କହୁଛି, ଆସନ୍ତା ୨୦ ତାରିଖ ପରେ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ମୌସୁମୀ ଅଗ୍ରସର ହେବ । ତେବେ ରବିବାର ଗଜପତି, ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

ସୋମବାର ବା ୧୬ ତାରିଖ ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଏଥିପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଗଜପତି, ରାୟଗଡ଼ା ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ଅଛି । ୧୭ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ମାଲକାନଗିରି ଓ ଜଗତସିଂହପୁରରେ ଅଧିକ ବର୍ଷା ହୋଇପାରେ ।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ