ଆଗ୍ନିକ ପଦରେ ୧୦ପ୍ରତିଶତ ଗୃହରକ୍ଷୀଙ୍କୁ ମିଳିବ ନିଯୁକ୍ତି: ହାଇକୋର୍ଟ

କଟକ: ଫାୟରମ୍ୟାନ(ଆଗ୍ନିକ) ପଦରେ ନିଯୁକ୍ତି ପ୍ରସଂଗକୁ ନେଇ ରୁଜୁ ମାମଲାରେ ହାଇକୋର୍ଟ ପୂର୍ଣ୍ଣଛେଦ ପକାଇଛନ୍ତି । ମୋଟ ପଦବିର ୧୦ପ୍ରତିଶତ ପଦବିରେ ଗୃହରକ୍ଷୀଙ୍କୁ ନିଯୁକ୍ତି ପ୍ରଦାନ କରାଯିବ ଓ ସରକାରଙ୍କ ପକ୍ଷରୁ ଏହି ଅନୁସାରେ ପ୍ରସ୍ତୁତ ଏକ ସାନି ଚୟନ ତାଲିକାକୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ୟ୍ୟ ମୁଦା ଲଫାଫାରେ ଦାଖଲ କରିଥିଲେ । ଓଡ଼ିଶା ଫାୟାର ସର୍ଭିସ (ମେଥଡ ଅଫ୍‌ ରିକ୍ରୁଟମେ ଆଣ୍ଡ କଣ୍ଡିସନ୍ସ ଅଫ୍‌ ସର୍ଭିସ ଅଫ ଦି ଗ୍ରୁପ୍‌-ସି ଅଫିସର୍ସ) ନିୟମାବଳୀ, ୨୦୨୧ର ନିୟମ ୪ ଓ ୫ କଡ଼ାକଡ଼ି ପାଳନ କରାଯାଇଥିବା ନେଇ ଏକ ଅତିରିକ୍ତ ସତ୍ୟପାଠ ଦିଆଯାଇଥିଲା। ସରକାରଙ୍କ ପକ୍ଷରୁ ଦାଖଲ ଚୟନ ତାଲିକାକୁ ଆଧାରରେ ଚୟନ ପ୍ରକ୍ରିୟାକୁ ଶେଷ କରିବା ସହିତ ପଦ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ମାମଲାରେ ପୂର୍ବରୁ ଜାରି ସମସ୍ତ ଅନ୍ତରୀଣ ନିର୍ଦ୍ଦେଶକୁ ହାଇକୋର୍ଟ ଉଠାଇ ଦେଇଛନ୍ତି । ଜଷ୍ଟିସ ସଂଜୀବ କୁମାର ପାଣିଗ୍ରାହୀ ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।

ମାମଲାରୁ ପ୍ରକାଶ ଯେ, ୮୨୬ ଫାୟରମ୍ୟାନ ଓ ୧୧୫ଟି ଫାୟାର ଡ୍ରାଇଭର ପଦରେ ନିଯୁକ୍ତି ପାଇଁ ୨୦୨୩, ଅଗଷ୍ଟ ୨୯ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ନିୟମାନୁସାରେ ମୋଟ ପଦବିର ୧୦ ପ୍ରତିଶତ ଗୃହରକ୍ଷୀ ଭାବେ କାର୍ୟ୍ୟରତ ପ୍ରାର୍ଥୀଙ୍କ ଦ୍ୱାରା ପୂରଣ କରାନଯାଇ ୮୩ଜଣଙ୍କ ବଦଳରେ ମାତ୍ର ୨୯ଜଣ ଗୃହରକ୍ଷୀ ଚୟନ ତାଲିକାରେ ସ୍ଥାନ ପାଇଥିଲେ। ଫଳରେ ଅବଶିଷ୍ଟ ୫୪ଟି ପଦବିରେ ଗୃହରକ୍ଷୀ ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ ପାଇଁ ଆବେଦନକାରୀ ମାନେ ଦାବି କରିଥିଲେ । ହାଇକୋର୍ଟ ଗତ ଜାନୁଆରି ମାସରେ ଏହି ମାମଲା ଗୁଡ଼ିକର ଶୁଣାଣି କରି ନିଯୁକ୍ତି ପ୍ରକ୍ରିୟା ଉପରେ ଅନ୍ତରୀଣ ଅଙ୍କୁଶ ଜାରି କରିଥିଲେ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ