ଆଜି ଓଡ଼ିଶା ଆସିବେ କେନ୍ଦ୍ର କୃଷିମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ ସୋମବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ସମୟରେ ସେ ରାଜ୍ୟରେ କୃଷକଙ୍କ ଆୟ ବୃଦ୍ଧି, ପୋଷଣ ସୁରକ୍ଷା ସୁନିଶ୍ଚିତ କରିବା ସହ ପ୍ରାକୃତିକ କୃଷି ପଦ୍ଧତିକୁ ପ୍ରୋତ୍ସାହିତ କରିବା ପାଇଁ ଉଦ୍ଧିଷ୍ଟ ପ୍ରମୁଖ କାର୍ୟ୍ୟକ୍ରମଗୁଡ଼ିକରେ ଯୋଗଦେବେ। କାର୍ୟ୍ୟସୂଚୀ ଅନୁଯାୟୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଚୌହାନ ସୋମବାର ପୂର୍ବାହ୍ଣ ୧୧ଟା ସୁଦ୍ଧା ଭୁବନେଶ୍ୱରରେ ପହଞ୍ଚିବେ।

ଏହାପରେ ସେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ‘ମାଣ୍ଡିଆ ଦିବସ (ମିଲେଟ୍‌ ଡେ)’ କାର୍ୟ୍ୟକ୍ରମର ଉଦ୍‌ଘାଟନୀ ଅଧିବେଶନରେ ଯୋଗଦେବେ। ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଚୌହାନ କଟକ ଜିଲାର ସଦର ଅଞ୍ଚଳ ଗସ୍ତ କରି କୃଷି କ୍ଷେତ୍ର ପରିଦର୍ଶନ କରିବେ ଏବଂ ଚାଷୀଙ୍କ ସହିତ ସିଧାସଳଖ ଆଲୋଚନା କରିବେ। ଅପରାହ୍ଣରେ ସେ କଟକର ବିଦ୍ୟାଧରପୁରସ୍ଥିତ ଆଇସିଏଆର-କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆରଆରଆଇ)ରେ ଏକ ବୈଠକରେ ଯୋଗଦେବେ। ସନ୍ଧ୍ୟାରେ ଶ୍ରୀ ଚୌହାନ ଭୁବନେଶ୍ୱରରୁ ବିଜୟୱାଡା ଅଭିମୁଖେ ଯାତ୍ରା କରିବେ ଏବଂ ପରଦିନ ସେଠାରେ ବିଭିନ୍ନ କାର୍ୟ୍ୟକ୍ରମରେ ଅଂଶଗ୍ରହଣ କରିବା କାର୍ୟ୍ୟକ୍ରମ ରହିଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ