ଆଜି ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର: ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ଆସନ୍ତାକାଲି ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମେଳନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୋଦି। ଆସିବା ଆଗରୁ ପ୍ରଧାନମନ୍ତ୍ରୀ ସୋଶାଲ ମିଡ଼ିଆ ଏକ୍ସରେ ଏ ନେଇ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ଭୁବନେଶ୍ୱର ଜନତା ମଇଦାନରେ ଆଜି ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ସମ୍ମେଳନ। ଦୁଇ କେନ୍ଦ୍ରମନ୍ତ୍ରୀ ଏସ୍. ଜୟଶଙ୍କର, ମନସୁଖ ମାଣ୍ଡଭିୟ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଆରମ୍ଭ ହୋଇଛି ସମ୍ମେଳନ। ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ଆଜି ସନ୍ଧ୍ୟାରେ ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ।
ସମ୍ମେଳନରେ ବିକଶିତ ଭାରତ ୨୦୪୭ ସଂପର୍କରେ ପ୍ରବାସୀଙ୍କ ସହ ଆଲୋଚନା କରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ବିଭିନ୍ନ ପ୍ଲେନାରୀ ସେସନରେ ଦେଶର ବିଶେଷ ବ୍ୟକ୍ତି ବିଶେଷମାନେ ପ୍ରବାସୀଙ୍କ ସହ ଆଲୋଚନା କାର୍ୟ୍ୟକ୍ରମ ରହିଛି। ଶେଷ ଦିନରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କର ମଧ୍ୟ ଏକ ସେସନ ରହିବ।ପ୍ରତି ସନ୍ଧ୍ୟାରେ ଆୟୋଜିତ ହେବ ସାଂସ୍କୃତିକ କାର୍ୟ୍ୟକ୍ରମ। କାର୍ୟ୍ୟକ୍ରମରେ ଯୋଗଦେବାକୁ ୭୦ରୁ ଅଧିକ ଦେଶରୁ ଆସିଛନ୍ତି ମୂଳ ପ୍ରବାସୀ ଭାରତୀୟ। ସେମାନେ ଯାଜପୁର, କଟକ, ଭୁବନେଶ୍ୱର ଏବଂ ପୁରୀର ୨୧ଟି ପର୍ୟ୍ୟଟନ ସ୍ଥଳୀ ବୁଲିବେ। ଡବଲ ଡେକର୍ ବସ୍ ରେ ବସି ରାଜ୍ୟର ୨୧ଟି ପର୍ୟ୍ୟଟନ ସ୍ଥଳୀ ବୁଲିବେ ପ୍ରବାସୀ ଭାରତୀୟ।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ