ଆଜି ଓଡ଼ିଶାର ୭ ଷ୍ଟେସନ୍‌ର ଲୋକାର୍ପଣ, ଦେଶର ୭୫ ଅମୃତ ଭାରତ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,: ଗଜପତି ଜିଲ୍ଲାବାସୀଙ୍କ ଦୀର୍ଘଦିନର ସ୍ୱପ୍ନ ସାକାର ହେବ । ଦକ୍ଷିଣ ଓଡ଼ିଶାର ପ୍ରମୁଖ ରେଳ କେନ୍ଦ୍ର ପାରଳାଖେମୁଣ୍ଡି ଷ୍ଟେସନର କାୟାକଳ୍ପ ବଦଳି ଯାଇଛି । କେନ୍ଦ୍ର ସରକାରଙ୍କ “ଅମୃତ ଭାରତ ଷ୍ଟେସନ ଯୋଜନା’ରେ ପ୍ରାୟ ୧୭ କୋଟି ଟଙ୍କାରେ ନିର୍ମିତ ଏହି ଅତ୍ୟାଧୁନିକ ଷ୍ଟେସନର ସମସ୍ତ କାର୍ଯ୍ୟ ସରିଛି । ଆଜି ଏହି ଷ୍ଟେସନ ସମେତ ଦେଶର ୭୫ଟି ପୁନନିର୍ମିତ ରେଳ ଷ୍ଟେସନର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ମେଗା ପ୍ରକଳ୍ପରେ ଓଡ଼ିଶାର ୭ଟି ପ୍ରମୁଖ ଷ୍ଟେସନର ଉଦଘାଟନ ହେବ । ସେଗୁଡ଼ିକ ହେଲା ବଲାଙ୍ଗିର, ବରପାଲି, ପାରଳାଖେମୁଣ୍ଡି, ତାଳଚେର, କେସିଙ୍ଗା, ବାରିପଦା ଏବଂ ବିମଳଗଡ଼ ରେଳ ଷ୍ଟେସନ । ଏହି ଷ୍ଟେସନଗୁଡ଼ିକର ନବକଳେବର ହୋଇଛି ।
କେନ୍ଦ୍ର ସରକାରଙ୍କ ‘ଅମୃତ ଭାରତ ଷ୍ଟେସନ ଯୋଜନା’ ଅଧୀନରେ ଏହି ଷ୍ଟେସନଗୁଡ଼ିକୁ ବିଶ୍ୱସ୍ତରୀୟ କରାଯାଇଛି । ଓଡ଼ିଶାର ଏହି ୭ଟି ଷ୍ଟେସନର ନବୀକରଣ ପାଇଁ ପ୍ରାୟ ୧୦୯ କୋଟି ଟଙ୍କା ବ୍ୟୟ କରାଯାଇଛି । ସ୍ଥାନୀୟ ଐତିହ୍ୟକୁ ବଜାୟ ରଖିବା ସହ ଯାତ୍ରୀମାନଙ୍କୁ ଆଧୁନିକ ସେବା ଯୋଗାଇଦେବା ଏହି ଯୋଜନାର ମୂଳ ଲକ୍ଷ୍ୟ । ଯାତ୍ରୀଙ୍କ ସୁବିଧା ପାଇଁ ଆକର୍ଷଣୀୟ ନୂଆ ଷ୍ଟେସନ ଭବନ ନିର୍ମାଣ କରାଯିବା ସହ ଗାଡ଼ି ଚଳାଚଳ ନିୟନ୍ତ୍ରଣ ପାଇଁ ପ୍ରବେଶ ପଥକୁ ପ୍ରଶସ୍ତ କରାଯାଇଛି । ଷ୍ଟେସନଗୁଡ଼ିକରେ ଲିଫ୍ଟ ସୁବିଧା ସହ ୧୨ ମିଟର ଚଉଡ଼ାର ପାଦଚଲା ପୋଲ ନିର୍ମାଣ କରାଯାଇଛି ଯାହା ଦ୍ୱାରା ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକମାନେ ସହଜରେ ଯାତାୟାତ କରିପାରିବେ । ପ୍ଲାଟଫର୍ମଗୁଡ଼ିକରେ ଉନ୍ନତ ଆଶ୍ରୟସ୍ଥଳୀ, ଅତ୍ୟାଧୁନିକ ଅପେକ୍ଷା ଗୃହ, ସ୍ୱଚ୍ଛ ଶୌଚାଳୟ ଏବଂ ଡିଜିଟାଲ୍ ଯାତ୍ରୀ ସୂଚନା ଫଳକ ଲଗାଯାଇଛି । ଷ୍ଟେସନ ବାହାରେ ପାର୍କିଂ ଜାଗାକୁ ଅଧିକ ପ୍ରଶସ୍ତ ଓ ବ୍ୟବସ୍ଥିତ କରାଯାଇଛି । ଏହି ନବୀକରଣର ସବୁଠାରୁ ଆକର୍ଷଣୀୟ ଦିଗ ହେଉଛି ଷ୍ଟେସନ ଗୁଡ଼ିକର ସୁନ୍ଦର କଳାକୃତି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ