ଆଜି ପୁଣି ସରଗରମ ହୋଇପାରେ ବିଧାନସଭା

ଭୁବନେଶ୍ୱର : ତିନି ଦିନର ଛୁଟି ପରେ ପୁଣି ସରଗରମ ହେବ ବିଧାନସଭା । ଆଜି ବିଧାନସଭାରେ କୃଷି ଓ କୃଷକ ସଶକ୍ତି କରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଶକ୍ତି, ସମବାୟ, ମତ୍ସ୍ୟ ଓ ପଶୁ ସମ୍ପଦ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ,ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନକାଳ ରହିଛି । ଦ୍ୱିତୀୟ ପର୍ୟ୍ୟାୟ ଅଧିବେଶନର ପ୍ରଥମ ଦିନରୁ ଦୁଇ ବିରୋଧି ଗୃହରେ କଡା ଆଭିମୁଖ୍ୟ ରଖି ଶାସକ ଦଳକୁ ଘେରୁଛନ୍ତି । ଯାହା ଶାସକ ଦଳ ପାଇଁ ଚିନ୍ତାର କାରଣ ସାଜିଛି । ଅନ୍ୟପଟେ ବିଶୃଙ୍ଖଳା ଆଚରଣ ପାଇଁ କଂଗ୍ରେସର ୧୪ ଜଣ ବିଧାୟକ ନିଲମ୍ବନ ହୋଇଛନ୍ତି । ତେଣୁ ଅଭିନବ ଉପାୟରେ କଂଗ୍ରେସ ବିଧାୟକମାନେ ଏହା ବିରୋଧରେ ପ୍ରତିବାଦ ଜାରି ରଖିଛନ୍ତି । ନାରୀ ନିର୍ୟାତନା ପ୍ରସଙ୍ଗରେ କଂଗ୍ରେସ ହାଉସ କମିଟି ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବି କରି ପ୍ରତିବାଦ ଜାରି ରଖିଛି । ମୁଖ୍ୟ ବିରୋଧୀ ଦଳ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବ । ଶୂନ୍ୟକାଳରେ ବିଜେଡି ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସଂଗ ଉଠାଇ ସରକାରକୁ ଘେରିପାରେ । ସେହିପରି ଶାସକ ଦଳ କିଛି ବିଲ ଗୃହରେ ଆଣିପାରେ କ୍ଷ ଯାହାକୁ ନେଇ ବିଧାନସଭା ବେଶ ଉଷ୍ମ ହୋଇପାରେ ।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ