ଆଜି ପୁରୀ ଓ କୋଣାର୍କ ଗସ୍ତ କରିବେ ଷୋଡ଼ଶ ଅର୍ଥ କମିଶନ

ଭୁବନେଶ୍ୱର:ଷୋଡ଼ଶ ଅର୍ଥ କମିଶନ ମଙ୍ଗଳବାର ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। କମିଶନର ଅଧ୍ୟକ୍ଷ ଅରବିନ୍ଦ ପାନାଗାରିଆ ଓ ତାଙ୍କ ସହ ୧୫ ଜଣିଆ ଟିମ୍‌ ୭ ତାରିଖ ପର୍ୟ୍ୟନ୍ତ ଓଡ଼ିଶାରେ ରହିବେ। ଏହି ଅବସରରେ ରାଜ୍ୟ ସରକାର ଏବଂ ଷୋଡ଼ଶ ଅର୍ଥ କମିଶନଙ୍କ ମଧ୍ୟରେ ବିଭିନ୍ନ ବିଷୟରେ ଆଲୋଚନା ହେବ ବୋଲି ଜଣାପଡ଼ିଛି। ବୁଧବାର ସେମାନେ ପୁରୀ ଓ କୋଣାର୍କ ଗସ୍ତ କରିବେ। କେନ୍ଦ୍ର ସରକାରଙ୍କୁ ବିଭିନ୍ନ କ୍ଷେତ୍ର ଲାଗି ରାଜ୍ୟ ସରକାର ମାଗିଥିବା ଅର୍ଥ କେଉଁ କ୍ଷେତ୍ରରେ ବ୍ୟବହାର କରାଯିବ, ୬ ତାରିଖରେ ରାଜ୍ୟ ସରକାରଙ୍କ ସହ ହେବାକୁ ଥିବା ବୈଠକରେ ଷୋଡ଼ଶ ଅର୍ଥ କମିଶନ ଏହାର ଅନୁଧ୍ୟାନ କରିବେ। କମିଶନ ସବୁ ଦିଗରୁ ତର୍ଜମା କରିବେ ବୋଲି ଜଣାପଡ଼ିଛି। ଅନ୍ୟପଟେ କମିଶନରଙ୍କ ନିକଟରେ ରାଜ୍ୟ ସରକାର ୧୨ ଲକ୍ଷ ୫୬ ହଜାର ୧୪୮ କୋଟି ଟଙ୍କାର ଦାବି ରଖିପାରନ୍ତି। ପ୍ରାକୃତିକ ବିପର୍ୟ୍ୟୟ ମୁକାବିଲା ଲାଗି ରାଜ୍ୟ ସରକାର ସ୍ବତନ୍ତ୍ର ଅନୁଦାନ ପ୍ୟାକେଜ ମଧ୍ୟ ମାଗିପାରନ୍ତି।
୪ ଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଭୁବନେଶ୍ୱରଠାରେ ପହଞ୍ଚିବା ପରେ ଅପରାହ୍ନରେ ସମସ୍ତ ସଦସ୍ୟ ରାଜ୍ୟ ଜନଜାତି ସଂଗ୍ରହାଳୟ ଏବଂ କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ସଂଗ୍ରହାଳୟ ପରିଦର୍ଶନ ପରେ ବ୍ୟକ୍ତିଗତ ଆଭୂଷଣ କେନ୍ଦ୍ରରେ ଜନଜାତି ଅଳଙ୍କାର, ଗୋଡ଼ ଖଡୁ, ବାହୁଟି, ଅଣ୍ଟାସୂତା ମାଳିହାର ଆଦି ଦେଖିଛନ୍ତି। ଏହାସହ ପ୍ରେକ୍ଷାଳୟରେ ଆଦିମ ଜନଜାତିଙ୍କ ସଂସ୍କୃତି, ପରମ୍ପରା, ଜୀବନଯାପନ ଶୈଳୀକୁ ନେଇ ପ୍ରସ୍ତୁତ ବୃତ୍ତଚିତ୍ର ଦେଖିଛନ୍ତି। ପରେ କମିଶନ ଟିମ୍‌ କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ଏହି ସମୟରେ ସ୍ପୋର୍ଟସ ସାଇନ୍ସ ସେଣ୍ଟର, ବାୟୋ ମେକାନିକ୍ସ ଲାବ୍‌, ଗେଟ୍‌ ଲାବ୍‌, ସ୍ପିନ୍‌ ଷ୍ଟୁଡିଓ, ପାରା ଆଥ୍‌ଲେଟ ପରଫରମାନ୍ସ ସେଣ୍ଟର, ଟେନିସ ସେଣ୍ଟର, ଆଥ୍‌ଲେଟିକ୍ସ ସେଣ୍ଟର, ହକି ଷ୍ଟାଡିୟମ, ଜିମ୍ନାଷ୍ଟିକ କେନ୍ଦ୍ର, ସନ୍ତରଣ କେନ୍ଦ୍ର ଆଦି ବୁଲି ଦେଖିଛନ୍ତି।

  • Related Posts

    ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ରୋକିବା ଉଦ୍ଦେଶ୍ୟରେ କାର୍ଯ୍ୟାନୁଷ୍ଠାନ

    ୧୦/୦୪/୨୬,ଭୁବନେଶ୍ୱର: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ଥିତି ସ୍ୱାଭାବିକ ରହିଛି । ମାତ୍ର କୌଣସି କାରଣ ନଥାଇ କିଛି ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ଭିତ୍ତିକରି ଯୋଗାଣ…

    Continue reading
    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ