ଆଜି ବି ପ୍ରବଳ ବର୍ଷିବ

ଭୁବନେଶ୍ୱର:ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଦକ୍ଷିଣ ଓଡ଼ିଶାରେ ଜଳ ପ୍ରଳୟ ସ୍ଥିତି ସୃଷ୍ଟି ହୋଇଛି। ଏପରି ସମୟରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଗୁରୁବାର ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୩୧ ତାରିଖ ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜ ଏବଂ ଆଣ୍ଡାମାନ ସାଗର ଅଞ୍ଚଳରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ପରବର୍ତ୍ତୀ ଦୁଇଦିନ ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଗତି କରିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଏହା ବାତ୍ୟାର ରୂପ ନେଇପାରେ ବୋଲି ଅନ୍ତର୍ଜାତୀୟ ମଡେଲ ଓ ବିଶେଷଜ୍ଞମାନେ କହୁଥିବାବେଳେ ଏନେଇ ପାଣିପାଗ ବିଭାଗ ସ୍ପଷ୍ଟ କରିନାହିଁ। ତେବେ ଛତିଶଗଡ଼ର ମଧ୍ୟଭାଗ ଓ ସଂଲଗ୍ନ ଓଡ଼ିଶା ଉପରେ ଥିବା ଅବପାତ ସହ ଜଡ଼ିତ ଘୂର୍ଣ୍ଣିବଳୟରୁ ଦକ୍ଷିଣ କୋଙ୍କଣ ଅଞ୍ଚଳର ଘୂର୍ଣ୍ଣିବଳୟ ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲାଇନ୍‌ ସକ୍ରିୟ ଥିବାରୁ ରାଜ୍ୟରେ ଆଉ ୨୪ ଘଣ୍ଟା ପ୍ରବଳ ବର୍ଷା ହେବ। ସୁନ୍ଦରଗଡ଼ ଓ ବରଗଡ଼ ଜିଲାରେ ଅତି ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ରେଡ୍‌ ଆଲର୍ଟ ଜାରି ହୋଇଛି। ସେହିପରି ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼ ଓ ମୟୂରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଂ ଦିଆଯାଇଛି। ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ନୟାଗଡ଼, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, କଟକ, ଭଦ୍ରକ, ବାଲେଶ୍ୱର, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି। ତେବେ ୩୧ ତାରିଖରୁ ବର୍ଷାର ପ୍ରକୋପ କମିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

  • Related Posts

    ଗଞ୍ଜାମକୁ ଅତିରିକ୍ତ ୨୦ କୋଟି ଟଙ୍କା ରିଲିଫ୍ ସହାୟତା

    ବ୍ରହ୍ମପୁର: ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ପ୍ରବଳ ବର୍ଷା ଯୋଗୁଁ ଗଞ୍ଜାମ ସମେତ ଦକ୍ଷିଣ ଓଡ଼ିଶାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଓ ବ୍ୟାପକ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅପରାହ୍ନରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…

    Continue reading
    ୨୦୨୭ର ସରକାରୀ ଛୁଟି ତାଲିକା ଜାଣନ୍ତୁ

    ଭୁବନେଶ୍ୱର: ଆସନ୍ତା ୨୦୨୭ ବର୍ଷ ପାଇଁ ସରକାରୀ ଛୁଟି  ତାରିଖ ପ୍ରକାଶ ପାଇଛି । ପର୍ବପର୍ବାଣୀ, ସ୍ମରଣୀୟ ଦିବସ ପାଇଁ ରାଜ୍ୟର ସମସ୍ତ  ସରକାରୀ କାର୍ଯ୍ୟାଳୟ ଏବଂ ରାଜସ୍ୱ ଓ ମ୍ୟାଜିଷ୍ଟେରିଆଲ୍‌ କୋର୍ଟ (କାର୍ଯନିର୍ବାହୀ)  ପାଇଁ ଛୁଟି ଘୋଷଣା କରାଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି