ଆଜି ବିଜେଡି ପାଳୁଛି ୨୮ ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ବର : ଆଜି ବିଜେଡି ପାଳୁଛି ୨୮ ତମ ପ୍ରତିଷ୍ଠା ଦିବସ । ଶଙ୍ଖ ଭବନରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ କାର୍ୟ୍ୟକ୍ରମ । ଯେଉଁଥିରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଯୋଗ ଦେଇ ଉଦବୋଧନ ଦେବେ । ତାଙ୍କ ଉଦବୋଧନକୁ ଉତ୍ସାହ ସହ ଅପେକ୍ଷା କରିଛନ୍ତି ବିଜେଡି ନେତା ଓ କର୍ମୀ । ଶଙ୍ଖ ଭବନ ସହ ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ବି ପ୍ରତିଷ୍ଠା ଦିବସ ପାଳନ କରାଯିବ । ନବୀନଙ୍କ ନେତୃତ୍ବରେ ଗତ ୨୭ ବର୍ଷ ଧରି ଉତ୍ସର୍ଗୀକୃତ ମନୋଭାବ ନେଇ ନିଷ୍ଠାପର ଭାବେ ଜନସେବା ଯୋଗାଇ ଆସୁଛି ବିଜେଡି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ବିକଶିତ ଓଡ଼ିଶାର ସ୍ବପ୍ନକୁ ସାକାର କରିବାରେ ନବୀନଙ୍କ ରହିଛି ବଡ଼ ଉଦ୍ୟମ । ଯାହା ବିଜେଡିକୁ ଏକ ଶକ୍ତିଶାଳୀ ଆଞ୍ଚଳିକ ଦଳ ସହ ସାମାଜିକ ଆନ୍ଦୋଳନରେ ପରିଣତ କରିଛି । ବିକାଶର ଏଜେଣ୍ଡା ନେଇ ନବୀନ ଓଡ଼ିଶାକୁ ଆସିଥିଲେ । ଯାହା ପୂରଣ କରିବାକୁ ସେ ଦିନରାତି ଏକ କରି ଦେଇଥିଲେ । ହେଲେ ନୂଆ ସରକାର ବିକାଶର ନକଲି ମୁଖା ପିନ୍ଧି ଗତ ଛଅ ମାସରେ ରାଜ୍ୟକୁ ବିଫଳତାର ଶୀର୍ଷକୁ ଠେଲି ଦେଇଥିବା ସାଧାରଣରେ ଚର୍ଚ୍ଚା ହେଉଛି । ବିପର୍ୟ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ଦରଦାମ ବୃଦ୍ଧି, ଅନାହାର ମୃତ୍ୟୁ ପରି କଳଙ୍କ ପୁଣି ଥରେ ଓଡ଼ିଶାକୁ ଫେରୁଥିବା ଅଭିଯୋଗ ଉଠୁଛି । ସରକାରଙ୍କ ଏହି ବିଫଳତା ସହ ନବୀନ ସରକାର ସମୟର ସଫଳତା ନେଇ ଜନସଚେତନତା ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଛି ବିଜୁ ଜନତା ଦଳ । ଏହି ପ୍ରତିଷ୍ଠା ଦିବସ ହେବ ସଂକଳ୍ପର ଦିନ । ବିଜେଡିକୁ ଆହୁରି ଶକ୍ତିଶାଳୀ କରି ଆହୁରି ଲୋକଙ୍କ ପାଇଁ ସମର୍ପିତ ହେବାକୁ ଶପଥ ନେବେ ଦଳୀୟ ନେତା ଓ କର୍ମୀ । ଗତ ୨୭ ବର୍ଷରେ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ନୂଆ ଓଡ଼ିଶା ଗଠନ ହୋଇଛି । ଯେଉଁଥି ପାଇଁ ଗତ ନିର୍ବାଚନରେ ବିରୋଧୀ ଦଳ ଜନାଦେଶ ପାଇଥିବା ସତ୍ତ୍ବେ ୪୨ ପ୍ରତିଶତ ସହ ସର୍ବାଧିକ ଭୋଟ ହାର ପାଇଥିଲା ବିଜେଡି । ସେବା ମନୋବୃତ୍ତି ନେଇ କାମ ହିଁ ଏହି ବିଶ୍ବାସର ମାଧ୍ୟମ ସାଜିଛି ।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ