ଆଜି ‘ବିଶ୍ୱ ପଖାଳ ଦିବସ’

ଆଜି ‘ବିଶ୍ୱ ପଖାଳ ଦିବସ’ । ଓଡ଼ିଆ ଖାଦ୍ୟ ସମ୍ଭାର ମଧ୍ୟରେ ପଖାଳର ସ୍ଥାନ ସ୍ଵତନ୍ତ୍ର। ପଖାଳ ସହ ଓଡ଼ିଆଙ୍କ ସମ୍ପର୍କ ବହୁ ପୁରାତନ । ଖାଦ୍ୟ ବିବିଧତାର ଏହା ଅନନ୍ୟ ପରିଚୟ। ଓଡ଼ିଶାର ପାରମ୍ପାରିକ ଭୋଜନ ପଖାଳ ଅତ୍ୟନ୍ତ ସ୍ଵାଦିଷ୍ଟ ଏବଂ ଏହା ପ୍ରତ୍ୟେକ ଓଡ଼ିଆର ଭାବାବେଗ ସହ ଓତଃପ୍ରୋତଃ ଭାବେ ଜଡ଼ିତ । ଦିନ ଥିଲା ଗାଉଁଲିର ଝୁମ୍ପୁଡି ଘରେ ଏହାର ପରିଚୟ ଥିଲା ଓ କୃଷକର ପ୍ରମୁଖ ଆହାର ଥିଲା । କିନ୍ତୁ ସମୟ ବଦଳିବା ସହିତ ପଖାଳ ସମସ୍ତଙ୍କ ଆପଣାର ହୋଇପାରିଛି । ଏବେ ତାରକା ହେଟେଲରେ ପଖାଳ ସ୍ବତନ୍ତ୍ର ଡିସ୍‌ ହୋଇଛି ଓ ବଡବଡିଆଙ୍କ ଫେବରେଟ ହୋଇପାରିଛି । ପଖାଳକୁ ସାରା ଦେଶ ଓ ବଶ୍ବରେ ପରିଚିତ କରାଇବା ପାଇଁ ପ୍ରାୟାସ ଜାରି ରହିଛି । ମୁମ୍ବାଇ ଠୁ ଚେନ୍ନାଇ ଆମେରିକାରୁ ଅଷ୍ଟ୍ରେଲିଆ ଯେଉଁଠି ଓଡ଼ିଆ ସେଇଠି ରହିଛି ପଖାଳ କଂସା । ଓଡ଼ିଶାର ପାରମ୍ପରିକ ଏହି ଖାଦ୍ୟକୁ ଲୋକପ୍ରିୟ କରିବାକୁ ପ୍ରତିବର୍ଷ ଆଜିର ଦିନରେ ପ୍ରତିଟି ଓଡ଼ିଆ ପାଳନ କରୁଛନ୍ତି ‘ବିଶ୍ୱ ପଖାଳ ଦିବସ’ ।୨୦୧୧ ମସିହାରୁ କିଛି ଓଡ଼ିଆ ଓ ଅଣଓଡ଼ିଆ ଖାଦ୍ୟ ପ୍ରେମୀଙ୍କ ଉତ୍ସାହରୁ ଏହି ଦିବସ ପାଳନର ପରିକଳ୍ପନା ହୋଇଥିଲା । ୨୦୧୫ମସିହାରେ ପ୍ରଥମ କରି ପଖାଳ ଦିବସ ଟୁଇଟର ଟ୍ରେଣ୍ଡ ହୋଇଥିଲା । ବର୍ତ୍ତମାନ ବିଶ୍ୱର କୋଣ ଅନୁକୋଣରେ ଏହି ଦିବସକୁ ପାଳନ କରାଯାଉଛି ।ଖରା ଦିନେ ଗରମରୁ ରକ୍ଷା ପାଇବା ପାଇଁ ବା ଟିକିଏ ତୃଷ୍ଣା ନିବାରଣ ପାଇଁ ପ୍ରତି ଓଡ଼ିଆ ଖାଇଥାଏ ପଖାଳ। । ତେବେ ଖାଲି ଖରାଦିନ ନୁହେ ସବୁ ଓଡ଼ିଆଙ୍କ ପ୍ରଥମ ପସନ୍ଦ ଓ ପ୍ରିୟ ଖାଦ୍ୟ ହେଉଛି ପଖାଳ । ୨୧ ମାର୍ଚ୍ଚର ଦିନ ଓ ରାତିର ଅବଧି ସମାନ ରହିଥାଏ । ଏହି ଦିନଠୁ ଦିନର ଅବଧି ବୃଦ୍ଧି ପାଏ । ଏହା ସହ ରୌଦ୍ରତାପ ବୃଦ୍ଧି ଘଟିଥାଏ । ତାପରୁ ରକ୍ଷା ପାଇବା ପାଇଁ ଓଡ଼ିଆମାନେ ପଖାଳ ଓ ତୋରାଣିକୁ ଆଦର କରିଥାନ୍ତି । ୨୧ ମାର୍ଚ୍ଚ ମାନେ ଖରାଦିନ ଆରମ୍ଭ ପୂର୍ବ ଦିନ ମାର୍ଚ୍ଚ ୨୦କୁ ପଖାଳ ଦିବସ ଭାବେ ପାଳନ ହେଉଛି । ଏହି ଦିନ ପାଞ୍ଜିରେ ଶୀତଳା ଅଷ୍ଟମୀ ପଡ଼ୁଥିବାରୁ ଉତ୍ତର ଭାରତରେ ପାରମ୍ପରିକ ଭାବେ ମାରୁଆଡ଼ିମାନେ ଶୀତଳା ଦେବୀଙ୍କୁ ପୂଜା କରିଥାନ୍ତି । ଏହି ପୂଜାରେ ପୂର୍ବଦିନରୁ ପ୍ରସ୍ତୁତ ହୋଇଥିବା ଖାଦ୍ୟ ଦ୍ରବ୍ୟ ଯାହା ପରଦିନକୁ ଶୀତଳ ଖାଦ୍ୟ ନାମରେ ଅଭିହିତ କରାଯାଏ, ଦେବୀଙ୍କୁ ଭୋଗ ଲଗାଇବା ସହ ପ୍ରସାଦ ଭାବେ ଖାଇବାର ବିଧି ଅଛି । ଏହି ଶୀତଳ ଖାଦ୍ୟ ପଦାର୍ଥ ମଧ୍ୟରେ ପଖାଳ ଅନ୍ୟତମ ।

  • Related Posts

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସମ୍ବଲପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ସାମ୍ପ୍ରତିକ ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ଅଧ୍ୟାୟରେ ଓଡ଼ିଶାର ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ବିଶେଷ ଭାବେ ପ୍ରଶଂସା କରିଛନ୍ତି। ଜଣେ ସାଧାରଣ ଗୃହିଣୀ ରୂପରେ ଜୀବନ ଆରମ୍ଭ କରିଥିବା ସୁଜାତା ପରିବାରକୁ ଅଧିକ…

    Continue reading
    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଭୁବନେଶ୍ଵର, ୨୪/୦୩/୨୦୨୬: ଆଜି ପୂର୍ବାହ୍ନ ଭୁବନେଶ୍ୱର ଲକ୍ଷ୍ମୀସାଗର ସ୍ଥିତ ମହିଳା ଓ ଶିଶୁ ପ୍ରତିଷ୍ଠାନ ସମ୍ମିଳିନୀ କକ୍ଷରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଆନୁକୁଲ୍ୟରେ ସାଇବର ଅପରାଧରୁ ମହିଳା ମାନଙ୍କ ସୁରକ୍ଷା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ