ଆଜି ମହାପ୍ରଭୁଙ୍କ ଘଣାଲାଗି ଓ ବନକଲାଗି ନୀତି

ପୁରୀ: ଓଷ ଓ ଦଶମୂଳ ଲାଗି ପରେ ଶ୍ରୀଜିଉ ସମ୍ପୂର୍ଣ୍ଣ ସୁସ୍ଥ ହୋଇଥିବା ଖବର ଗଜପତି ମହାରାଜା ପାଇବା ପରେ ଏଣିକି ରଥଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର । ମାତ୍ର ଦିନକ ପରେ ଠାକୁରେ ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ । ଏହି କ୍ରମରେ ଚତୁର୍ଦ୍ଦଶୀ ତିଥିରେ ଶ୍ରୀମନ୍ଦିରରେ ଘଣାଲାଗି ଓ ବନକଲାଗି ନୀତି ହେବ । କର୍ପୂର, କେଶର ଓ କସ୍ତୁରୀ ମିଶ୍ରିତ ଦିବ୍ୟ ଖଳି ଠାକୁରଙ୍କୁ ଲାଗି କରାଯିବ । ମନୁଷ୍ୟ ଶରୀରରେ ଶିରା, ପ୍ରଶିରା ଓ ଅନ୍ତନାଡ଼ୀ ପରି ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗରେ ଅକ୍ଷାଂଶ ଓ ଦ୍ରାଘିମା ରେଖା ପରି ବିଭିନ୍ନ ଛାନ୍ଦ ପଡ଼ି ପାଟ ଡୋର ଲାଗି କରାଯିବ । ଶୁଦ୍ଧ ସୁଆରଙ୍କ ଘରୁ ଘଣ୍ଟ, ଘଣ୍ଟା, ମୃଦଙ୍ଗ, କାହାଳୀର ପଟୁଆରରେ ଖଳିପ୍ରସାଦ ଶ୍ରୀମନ୍ଦିରକୁ ଆସିଥିବ । ଖଳି ପ୍ରସାଦକୁaz ଶ୍ରୀଅଙ୍ଗରେ ଲାଗି କରାଯିବ । ଶୁଦ୍ଧ ସୁଆରଙ୍କ ଖଳିପ୍ରସାଦ ଲାଗି ହେଲାପରେ ଖଡ଼ିପ୍ରସାଦ ଲାଗି କରାଯାଏ । ଭୋଗମଣ୍ଡପ ସରିଲେ ଦତ୍ତମହାପାତ୍ର ସେବକଙ୍କ ଘରୁ ଖଡ଼ିପ୍ରସାଦ ଶ୍ରୀମନ୍ଦିରକୁ ବିଜେ ହେବାର ବିଧି ହେବ । ଏହାପରେ ଶ୍ରୀଜିଉ ପୂର୍ବାବସ୍ଥାକୁ ଫେରିବେ ବୋଲି କୁହାଯାଏ । ଅଣସର ଗୁପ୍ତ ସେବାରେ ବିଶ୍ୱାବସୁଙ୍କ ଭଳି ଦଇତାପତି ମହାପ୍ରଭୁଙ୍କର ସେବା ଜାରି ରଖିଛନ୍ତି।
ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟଭାବେ ଶ୍ରୀଜୀଉମାନଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ପରେ ଖଡ଼ି ଲାଗି କରାଯିବ। ଶୁଦ୍ଧ ସୁଆରଙ୍କ ଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୂପା ପିଂଗଣରେ ରଖି ଦଇତା ଓ ପତି ମହାପାତ୍ର ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିବେ। ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସଂପନ୍ନ ହେବ। ଏହା ପୂର୍ବରୁ ନୂତନ ବିଗ୍ରହଙ୍କୁ ରକ୍ତ ବସ୍ତ୍ର ଆବରଣ କରାଯିବ। ଦଇତା ଓ ପତି ମହାପାତ୍ର ସେବକମାନେ ଏକ ସ୍ୱତନ୍ତ୍ର ଶୈଳୀରେ ଶ୍ରୀଜିଉଙ୍କୁ ରକ୍ତ ବସ୍ତ୍ର ଆବରଣ କରିବେ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ