ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ସିଦ୍ଦରମୈୟା

ନୂଆଦିଲ୍ଲୀ: ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ସିଦ୍ଦରମୈୟା। କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦ ଛାଡ଼ି ସିଦ୍ଦରମୈୟା ରାଜ୍ୟସଭା ଯିବା ନେଇ ଚର୍ଚ୍ଚା ହେଉଛି। ସିଦ୍ଦରମୈୟାଙ୍କ ସ୍ଥାନରେ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ହେବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ। ନୂଆ ସରକାରରେ ୨ ଜଣ ଉପମୁଖ୍ୟମନ୍ତ୍ରୀ ରହିବା ଚର୍ଚ୍ଚା ହେଉଛି। ଦିଲ୍ଲୀରେ ଏଥିପାଇଁ ଜୋରସୋରରେ ଅଙ୍କକଷା ଚାଲିଛି।
ଆସନ୍ତା ଶନିବାରଠୁ କର୍ଣ୍ଣାଟକରେ ଚାଲିପାରେ ଶିବ କୁମାର ସରକାର। ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ସିଟ୍ ଛାଡିବାକୁ ସିଦ୍ଦରମୈୟାଙ୍କୁ ବୁଝାଇ ସାରିଛନ୍ତି ହାଇକମାଣ୍ଡ। ବଦଳରେ ତାଙ୍କୁ ରାଜ୍ୟସଭା ପଠାଯିବ ଏବଂ ଜାତୀୟ ସ୍ତରରେ ପଦପଦବୀ ବି ଦିଆଯିବ। ଏପରିକି ନୂଆ ସରକାରରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ରହିବେ ଏବଂ ସିଦ୍ଦରମୈୟାଙ୍କ ଅନୁଗତଙ୍କୁ ମନ୍ତ୍ରିମଣ୍ଡଳରେ ବଡ ପାହ୍ୟା ମିଳିପାରେ।
କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ଆସନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବର୍ଷେ ହେଲା ଛକାପଞ୍ଝା ଜାରି ରହିଛି। ୨୦୨୩ରେ ସରକାର ଗଠନ ପରେ ରୋଟେସନ୍ ଆଧାରରେ ଅଢେଇ ବର୍ଷ ପରେ ମୁଖ୍ୟମନ୍ତ୍ରୀ ଦାୟିତ୍ବ ବଦଳିବା ନେଇ ସ୍ଥିର ହୋଇଥିଲା। ତେବେ ଏଯାଏଁ ଡିକେଏସଙ୍କୁ ମୁଖ୍ୟମନ୍ତ୍ରୀ କରାନଯିବାରୁ ତାଙ୍କ ସମର୍ଥକ ପ୍ରତିବାଦ କରୁଛନ୍ତି।

  • Related Posts

    ଆମେରିକୀୟ ସଂସଦ ନିମ୍ନ ସଦନରେ ଆମେରିକା-ଇରାନ ଯୁଦ୍ଧ ରୋକିବା ବିଲ୍ ପାରିତ

    ୱାଶିଂଟନ୍: ବୁଧବାର ଆମେରିକା ସଂସଦ ‘ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ସ’ରେ ଗୁରୁତ୍ୱପୂର୍ଣ୍ଣ ଯୁଦ୍ଧ କ୍ଷମତା ପ୍ରସ୍ତାବ ପାରିତ ହୋଇଛି। ଟ୍ରମ୍ପଙ୍କ ନିଜ ଦଳ ରିପବ୍ଲିକାନର କିଛି ସାଂସଦ ବିରୋଧୀ ଡେମୋକ୍ରାଟ୍ସଙ୍କ ସହ ମିଶି ଏହି ପ୍ରସ୍ତାବ ସପକ୍ଷରେ ଭୋଟ୍ ଦେଇଛନ୍ତି। ଇରାନ ବିରୋଧରେ…

    Continue reading
    କେରଳମ୍ ଛୁଇଁଲା ମୌସୁମୀ ବାୟୁ

    କେରଳମ୍ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ଏହି ସୂଚନା। ସାଧାରଣତଃ ଜୁନ୍ ୧ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁଥାଏ। ଚଳିତ ବର୍ଷ ମେ’ ୨୬ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁବ ବୋଲି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ