ଆଜି ରଥଯାତ୍ରା ଶେଷ ସ୍ୱତନ୍ତ୍ର ସମନ୍ୱୟ ବୈଠକ, ଯୋଗଦେବେ ମୁଖ୍ୟମନ୍ତ୍ରୀ

ପୁରୀ,: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ୨୦୨୬ ପାଇଁ ଶେଷ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହେବ । ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସବୁ ବିଭାଗର ରଥଯାତ୍ରା ପ୍ରସ୍ତୁତି ରିପୋର୍ଟ ଦେଖିବେ ମୁଖ୍ୟମନ୍ତ୍ରୀ । ପୁରୀ ପୌର ସଦନଠାରେ ହେବ ବୈଠକ । ରଥ ନିର୍ମାଣ, ନୀତିକାନ୍ତି ପାଇଁ ଦ୍ରବ୍ୟ ଯୋଗାଣ ସହ ରାସ୍ତା, ଆଲୋକ, ନଳା, ପାଣି, ସୁରକ୍ଷା ସବୁ ଦିଗରୁ ଚୂଡ଼ାନ୍ତ ପ୍ରସ୍ତୁତି ସମୀକ୍ଷା କରାଯିବ ।

ପୂର୍ବରୁ ଦିଆଯାଇଥିବା ଡେଡ୍ଲାଇନ୍ ଅନୁଯାୟୀ କେତେ କାମ ହୋଇଛି, ସେନେଇ ହେବ ମାନସ ମନ୍ଥନ । ରଥଯାତ୍ରା ସହ ଜଡ଼ିତ ସବୁ ଲାଇନ୍ ଡିପାର୍ଟମେଣ୍ଟର ଅଧିକାରୀ ଓ ମନ୍ତ୍ରୀ ସେମାନଙ୍କ ଚୂଡାନ୍ତ ଆକ୍ସନ ପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଆଗରେ ଉପସ୍ଥାପନ କରିବେ । ବୈଠକରେ ଶ୍ରୀମନ୍ଦିର ସେବାୟତ ଓ ସହରର ବୁଦ୍ଧିଜୀବୀମାନେ ମଧ୍ୟ ସାମିଲ ରହିବେ । ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତା କରିବାକୁ ଥିବା ବେଳେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ପ୍ରମୁଖ ଉପସ୍ଥିତ ରହିବେ । ପୁରୀ ଜିଲ୍ଲାର ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର, ସତ୍ୟବାଦୀ ବିଧାୟକ ତଥା ଯୋଜନା ବୋର୍ଡ ଅଧ୍ୟକ୍ଷ ଓମ୍ପ୍ରକାଶ ମିଶ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ପୁରୀ ବିଧାୟକ ସୁନୀଲ ମହାନ୍ତି, କାକଟପୁର ବିଧାୟକ ତୁଷାରକାନ୍ତି ବେହେରା ଓ ପୁରୀ ସାଂସଦ ଡା. ସମ୍ବିତ ପାତ୍ର ମଧ୍ୟ ଉପସ୍ଥିତ ରହିବେ ।

  • Related Posts

    ratna bhander puri ୩୧ରେ ହେବ ରତ୍ନଭଣ୍ଡାରର ଗଣତି ମଣତି

    ପୁରୀ: ଆସନ୍ତା ଅଗଷ୍ଟ ୩୧ ତାରିଖ ଓ ସେପ୍ଟେମ୍ବର ୧ ତାରିଖ ଦୁଇଦିନ ରତ୍ନଭଣ୍ଡାର ଗଣତି ମଣତି କରାଯିବ। ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଏହି ଗଣତି ମଣତି କରାଯିବ।…

    Continue reading
    low pressur rain ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ

    ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ଗତକାଲି ମିଆଁମାର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ, ଆଜି ଉତ୍ତର ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ବାଂଲାଦେଶ ଉପକୂଳସ୍ଥ ସମୁଦ୍ର ଅଞ୍ଚଳ ଉପରେ ବାୟୁମଣ୍ଡଳର ୫.୮…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ