ଆଜି ରାଜ୍ୟସଭା ନିର୍ବାଚନ : ୪ ଆସନ ପାଇଁ ମତଦାନ

ଭୁବନେଶ୍ବର: ଆଜି ଓଡ଼ିଶା ବିଧାନସଭାରେ ରାଜ୍ୟସଭା ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିବା ୫ ପ୍ରାର୍ଥୀ ୪ଟି ଆସନରେ ନିଜ ଭାଗ୍ୟ ପରୀକ୍ଷା କରିବେ। ସକାଳ ୯ରୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ବିଧାନସଭାର ୫୪ନଂ ପ୍ରକୋଷ୍ଠରେ ୧୪୭ ବିଧାୟକ ନିଜ ମତାଧିକାର ସାବ୍ୟସ୍ତ କରିବେ। ମତଦାନ ଶେଷ ହେବା ପରେ ଭୋଟ ଗଣତି ଆରମ୍ଭ ହୋଇ ଫଳାଫଳ ଘୋଷଣା କରାଯିବ। ଆସନ୍ତା ଏପ୍ରିଲ ୨ରେ ରାଜ୍ୟସଭାରେ ଓଡ଼ିଶାରୁ ଚାରି ସାଂସଦ ସୁଜିତ କୁମାର, ମୁଜିବୁଲ୍ଲା ଖାନ୍, ମମତା ମହାନ୍ତ ଓ ନିରଞ୍ଜନ ବିଶିଙ୍କ କାର୍ୟ୍ୟକାଳ ଶେଷ ହେଉଛି।

ସେମାନଙ୍କ ମଧ୍ୟରୁ ବିଜେପି ପ୍ରାର୍ଥୀ ଭାବେ ସୁଜିତ କୁମାର ପୁଣି ଥରେ ନିର୍ବାଚନ ଲଢ଼ୁଥିବା ବେଳେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ପାର୍ଟି ପ୍ରାର୍ଥୀ କରିଛି। ଦିଲୀପ ରାୟ ଶାସକ ଦଳର ସମର୍ଥିତ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ୁଛନ୍ତି। ଅପରପକ୍ଷେ ବିଜେଡି ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ସହ ମିଳିତ ପ୍ରାର୍ଥୀ ଡା. ଦତ୍ତେଶ୍ବର ହୋତା ୪ର୍ଥ ଆସନ ପାଇଁ ଭାଗ୍ୟ ପରୀକ୍ଷା କରୁଛନ୍ତି।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ