ଆଜି ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ

ପୁରୀ: ଦେବ ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ପୀଡିତ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ। ଅଣସର ଗୃହରେ ଦଇତା ଓ ପତି ମହାପାତ୍ରଙ୍କ ଦ୍ୱାରା ଗୁପ୍ତ ସେବା ଚାଲିଥିବାବେଳେ ଚତୁର୍ଦ୍ଧା ବିଗ୍ରହଙ୍କ ଶ୍ରୀଅଙ୍ଗରେ ଆଜି ଲାଗି କରାଯିବ ଫୁଲୁରୀ ତେଲ। ମହାପ୍ରଭୁଙ୍କ ଗୁପ୍ତ ନିତୀ ମଧ୍ୟରେ ଫୁଲୁରୀ ତେଲ ଲାଗି ହେଉଛି ଏକ ଗୁରୁତ୍ୱପୂର୍ଣ ଅଂଶ।
ବଡ଼ଓଡ଼ିଆ ମଠ ପକ୍ଷରୁ ଚତୁର୍ଦ୍ଧାବିଗ୍ରହଙ୍କ ଲାଗି ଏହି ଫୁଲୁରୀ ତେଲ ଯୋଗାଯାଇଥାଏ। ହେରାପଞ୍ଚମୀ ଦିନ ଶୁଦ୍ଧ ରାଶି ତେଲରେ ଚେରମୂଳି ଓ ସୁବାସିତ ଫୁଲ ପକାଇ ଏକ ପାତ୍ରରେ ରଖି ତାକୁ ମାଟିତଳେ ପୋତା ଯାଇଥାଏ । ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ମାଟିତଳୁ ତେଲକୁ ବାହାର କରାଯାଇ ପଞ୍ଚମୀ ଦିନ ତେଲକୁ ଛଣାଯାଏ । ପରେ ଅମୁଣିଆ ପ୍ରସ୍ତୁତ କରି ମହାପ୍ରଭୁଙ୍କ ପାଇଁ ପଠାଯାଏ । ବଡ଼ଓଡ଼ିଆ ମଠର ସଦସ୍ୟ ମାନେ ପ୍ରାୟ ୬ ସେର ଫୁଲୁରୀ ତେଲ ନେଇ ଶ୍ରୀମନ୍ଦିରକୁ ଯାଇ ଦଇତାପତିଙ୍କୁ ଅର୍ପଣ କରିଥାନ୍ତି।
ମଧ୍ୟାହ୍ନଧୂପ ଏବଂ ଦକ୍ଷିଣ ଘର ଭୋଗ ସଂପନ୍ନ ହେବାପରେ ଜୟବିଜୟ ଦ୍ୱାର ବନ୍ଦ ହୋଇ ଅଣସର ଦ୍ୱାର ଖୋଲାଯାଇ ପତି ମହାପାତ୍ର ୩ଟି ରୂପା ପିଙ୍ଗଣରେ ତେଲକୁ ନେଇ ସଂସ୍କାର କରିବା ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିଥାନ୍ତି। ବିଶ୍ୱାସ ରହିଛି ଫୁଲୁରୀ ତେଲ ମହାପ୍ରଭୁଙ୍କ ଶରୀରରେ ଲେପନ କରାଗଲେ ଶରୀରର ପୀଡ଼ା କମ୍ ହୋଇଥାଏ।

  • Garvita Odia

    Related Posts

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଯୁବଶକ୍ତିଙ୍କୁ ନିଯୁକ୍ତି ଦେବା ଓ ସେମାନଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲୋକଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଗତ ଏକ ବର୍ଷ ଭିତରେ ୯ଟି ପର୍ୟ୍ୟାୟରେ ପ୍ରାୟ ୨୮,୦୦୦ରୁ…

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !