ଆଜି ଶ୍ରୀବିଗ୍ରହଙ୍କ ୫ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ।ଚୈତ୍ର ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶେଷ ହେବାପରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ପାଇଁ ସନ୍ଧ୍ୟା ୫ରୁ ରାତି ୧୦ ପର୍ୟ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଏ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖସିଂହାର କରିଥାନ୍ତି। ଏହି ନୀତି ସମାପନ ହେବା ପର୍ୟ୍ୟନ୍ତ ପ୍ରାୟ ୫ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ।

ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ। ଆଜି ବନକ ଲାଗି ପାଇଁ ସାଧାରଣ ଭକ୍ତଙ୍କ ନିମନ୍ତେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ