ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି

ପୁରୀ: ଆଶ୍ୱିନ ମାସ କୃଷ୍ଣପକ୍ଷ ଚତୁର୍ଥୀ ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୫ଟାରୁ ରାତି ୧୦.ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରଙ୍କ ଶ୍ରୀମୁଖ ସିଂହାର କରିଥାନ୍ତି। ଏହି ନୀତି ସମାପନ ହେବା ପର୍ୟ୍ୟନ୍ତ ପ୍ରାୟ ୫ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ