ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ଦର୍ଶନ କଟକଣା

ପୁରୀ: ଗୁରୁବାର ସନ୍ଧ୍ୟାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ବିଶେଷ ନୀତି ପାଇଁ ଭକ୍ତମାନେ ପ୍ରାୟତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ୪ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ଠାକୁରଙ୍କ ବନକଲାଗ ନୀତି ପାଇଁ ଶ୍ରୀମନ୍ଦିରରେ ପୂର୍ବ ଦିନରୁ ପ୍ରସ୍ତୁତି ହୋଇଥାଏ । ଗୁରୁବାର ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯିବ । ଏହା ଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଏହି ନୀତି ସମ୍ପାଦନରେ ଭୂମିକା ରହିଛି । ତେବେ ଉକ୍ତ ଦିନର ଠାକୁରଙ୍କ ନୀତିକୁ ନେଇ ବନକଲାଗି ସମୟ ଧାର୍ୟ୍ୟ ହେବ ।

  • Related Posts

    ସୋଆ ‘ଜାଗୋ’ ପକ୍ଷରୁ ଜଳ ସେବା ଶିବିର ଆୟୋଜିତ

    ଭୁବନେଶ୍ୱର, ଏପ୍ରିଲ ୨୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ‘ଜାଗୋ’ କ୍ଲବ ପକ୍ଷରୁ ସୋମବାର ଜଳ ସେବା ଶିବିର ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ହୋଇଯାଇଛି । ଏହି ମହତ୍ କାର୍ଯ୍ୟ ଅବସରରେ ସୋଆର ଉପକୁଳପତି ପ୍ରଫେସର ପ୍ରଶାନ୍ତ…

    Continue reading
    ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଅକ୍ଷୟ ତୃତୀୟା ଉତ୍ସବ ପାଳିତ

    ଭୁବନେଶ୍ୱର, ଏପ୍ରିଲ ୨୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ଓଡ଼ିଶାର କୃଷିଭିତିକ ପର୍ବ ପବିତ୍ର ‘ଅକ୍ଷୟ ତୃତୀୟା’ ପାଳିତ ହୋଇଯାଇଛି । ନୂଆଗାଁ ସ୍ଥିତ ସୋଆ ଅନ୍ତର୍ଗତ ଆଇ.ଏନ.ଏସ ଫାର୍ମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ