ଆଜି ୧୫୭ତମ ଗାନ୍ଧୀ ଜୟନ୍ତୀ, ଓଡ଼ିଶା ସହ ଥିଲା ବାପୁଙ୍କ ଗଭୀର ସମ୍ପର୍କ

ଭୁବନେଶ୍ୱର : ବାପୁଙ୍କୁ ମନେ ପକାଉଛି ଦେଶ । ଆଜି ଗାନ୍ଧୀ ଜୟନ୍ତୀ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୭ତମ ଜୟନ୍ତୀ। ଦେଶବ୍ୟାପୀ ବାପୁଙ୍କୁ ଶ୍ରଦ୍ଧା ଓ ସମ୍ମାନର ସହ ସ୍ମରଣ କରାଯାଉଛି । ସତ୍ୟ, ଅହିଂସା ଓ ଶାନ୍ତିର ବାର୍ତ୍ତା ଦେଇଥିବା ମହାତ୍ମା ଗାନ୍ଧୀଙ୍କ ଆଦର୍ଶକୁ ଆଜି ପୁଣି ମନେ ପକାଉଛି ସାରା ଦେଶ ।

୧୮୬୯ ମସିହା ଅକ୍ଟୋବର ୨ରେ ଗୁଜରାଟର ପୋରବନ୍ଦରରେ ମୋହନଦାସ କରମଚାନ୍ଦ ଗାନ୍ଧୀଙ୍କ ଜନ୍ମ ହୋଇଥିଲା । ଭାରତର ସ୍ୱାଧୀନତା ସଂଗ୍ରାମକୁ ସେ ସତ୍ୟାଗ୍ରହ ଓ ଅହିଂସାର ଏକ ନୂଆ ଦିଗ ଦେଇଥିଲେ । ଅସହଯୋଗ ଆନ୍ଦୋଳନ, ଦାଣ୍ଡି ଯାତ୍ରା ଓ ଭାରତ ଛାଡ଼ ଆନ୍ଦୋଳନ ଭଳି ଐତିହାସିକ ଆନ୍ଦୋଳନ ସହ ତାଙ୍କ ନେତୃତ୍ୱ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଗାନ୍ଧୀଙ୍କ ପାଇଁ ସ୍ୱାଧୀନତା କେବଳ ବ୍ରିଟିଶ ଶାସନରୁ ମୁକ୍ତି ନଥିଲା। ସ୍ୱଚ୍ଛତା, ସ୍ୱାବଲମ୍ବନ, ଗ୍ରାମ ସ୍ୱରାଜ, ସାମାଜିକ ସମାନତା ଓ ସାମ୍ପ୍ରଦାୟିକ ସଦ୍ ଭାବକୁ ମଧ୍ୟ ସେ ଗୁରୁତ୍ୱ ଦେଇଥିଲେ ।

ଚରଖା ଓ ଖଦି ମାଧ୍ୟମରେ ସ୍ୱଦେଶୀ ଓ ଆତ୍ମନିର୍ଭରତାର ବାର୍ତ୍ତା ଦେଇଥିଲେ ବାପୁ। ଓଡ଼ିଶା ସହ ମହାତ୍ମା ଗାନ୍ଧୀଙ୍କର ମଧ୍ୟ ଗଭୀର ସମ୍ପର୍କ ରହିଥିଲା । ସ୍ୱାଧୀନତା ଆନ୍ଦୋଳନ ସମୟରେ ସେ ଏକାଧିକ ଥର ଓଡ଼ିଶା ଗସ୍ତ କରିଥିଲେ । ଓଡ଼ିଶାର ଦାରିଦ୍ର୍ୟ, ଗ୍ରାମୀଣ ଜୀବନ ଓ ସାମାଜିକ ସମସ୍ୟା ତାଙ୍କୁ ପ୍ରଭାବିତ କରିଥିଲା । ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଭଳି ଓଡ଼ିଶାର ଅନେକ ସ୍ୱାଧୀନତା ସଂଗ୍ରାମୀ ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇଥିଲେ ।

ଗାନ୍ଧୀଙ୍କ ଅହିଂସା ଦର୍ଶନର ବିଶ୍ୱବ୍ୟାପୀ ଗୁରୁତ୍ୱକୁ ସ୍ୱୀକୃତି ଦେଇ ଜାତିସଂଘ ଅକ୍ଟୋବର ୨କୁ International Day of Non-Violence ଭାବେ ପାଳନ କରୁଛି । ଆଜି ଗାନ୍ଧୀ ଜୟନ୍ତୀ ଅବସରରେ ଦିଲ୍ଲୀର ରାଜଘାଟ ସମେତ ଦେଶର ବିଭିନ୍ନ ସ୍ଥାନରେ ବାପୁଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି, ପ୍ରାର୍ଥନା ସଭା ଓ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ସତ୍ୟ ଓ ଅହିଂସାର ମାର୍ଗରେ ସମାଜ ପରିବର୍ତ୍ତନର ଯେଉଁ ବାର୍ତ୍ତା ଗାନ୍ଧୀ ଦେଇଯାଇଛନ୍ତି, ତାହା ଆଜି ବି ତାଙ୍କ ଉତ୍ତରାଧିକାରର ମୂଳ ଅଂଶ ।

  • Related Posts

    କାହିଁକି ହୋଇଥାଏ ପିଠି ଯନ୍ତ୍ରଣା ? କେମିତି କରିବେ ଏହାର ଉପଚାର ?

    ଆଜିକାଲି ଖରାପ ଜୀବନଶୈଳୀ ଯୋଗୁଁ ପିଠି ଯନ୍ତ୍ରଣା ବା ମାଂସପେଶୀ ଟାଣିହେବା ଏକ ସାଧାରଣ କଥା । ଯେଉଁମାନେ ଠିକ୍ ଭାବେ ବସନ୍ତି ନାହିଁ, ସେମାନଙ୍କ ଭିତରେ ପିଠି ଯନ୍ତ୍ରଣା ଭଳି ଗୁରୁତର ସମସ୍ୟା ଦେଖା ଦେଇଥାଏ । ଏହାବ୍ୟତୀତ ଶାରୀରିକ…

    Continue reading
    କେଉଁ ସମସ୍ୟା ଥିଲେ କଦଳୀ ଖାଇବା ଅନୁଚିତ୍‌

    ମେଦବହୁଳ ସମସ୍ୟା କଦଳୀରେ ଅଧିକ କ୍ୟାଲୋରି , କାର୍ବୋହାଇଡ୍ରେଟସ ଏବଂ ସୁଗାର ରହିଥାଏ । ଯ଼ାହା ମୋଟା ହେବାରେ ସହାୟକ ହୋଇଥାଏ। ତେଣୁ ମେଦବହୁଳ ସମସ୍ୟା ଦେଇ ଗତି କରୁଥିବା ଲୋକେ କଦଳୀଠୁ ଦୂରେଇ ରହିବା ଉଚିତ । ହାୟପରକେଲେମିଆ କଦଳୀରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ