ଆଜି ୨୭୬୭ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ହେଉଛି ଆମ ରାଜ୍ୟ ସରକାରଙ୍କ ପ୍ରାଥମିକତା । ଏହିକ୍ରମରେ ଭୁବନେଶ୍ବର ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ହାଇସ୍କୁଲ ପଡ଼ିଆଠାରେ ଆଜି ଆୟୋଜିତ ହେବ ନିଯୁକ୍ତି ମେଳା । ଏହି ନିଯୁକ୍ତି ମେଳା ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମୋଟ୍ ୨୭୬୭ ଜଣଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଯୁକ୍ତିପତ୍ର ପ୍ରଦାନ କରିବେ ।ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ନିମନ୍ତେ ୮୯୪ ଜଣ ଅଧ୍ୟକ୍ଷ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବାକୁ ଥିବା ବେଳେ ପୂର୍ଣ୍ଣ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚ ବିଦ୍ୟାଳୟର ୧୭୯୮ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୨୮ ଜଣ କନିଷ୍ଠ ସହାୟକ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ୨୭ ଜଣ କନିଷ୍ଠ ସହାୟକ, ମାଧ୍ୟମିକ ଶିକ୍ଷା ପରିଷଦର ୧୮ ଜଣ କନିଷ୍ଠ ସହାୟକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଅଧିନରେ ୨ ଜଣ ସମୀକ୍ଷକଙ୍କୁ ଏହି ଅବସରରେ ନିଯୁକ୍ତିପତ୍ର ପ୍ରଦାନ କରିବେ ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ ବରିଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ