ଆଜି ୫ ଘଣ୍ଟା ବନ୍ଦ ରହିବ କାଳିଆ ଦର୍ଶନ

ପୁରୀ : ଆଜି ମାଘ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଦ୍ବିତୀୟ ଭୋଗ ମଣ୍ଡପ ପରେ ଦତ୍ତମହାପାତ୍ର ସେବକ ମାନଙ୍କ ଦ୍ୱାରା ଏହି ଗୁପ୍ତ ନୀତି ସମ୍ପାଦନ କରାଯିବ। ପ୍ରାକୃତିକ ରଙ୍ଗରେ ଶ୍ରୀଜିଉ ମାନଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଅର୍ଥାତ୍‌ ପ୍ରାୟ ପାଞ୍ଚ ଘଣ୍ଟା ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଓ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

  • Related Posts

    ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ରୋକିବା ଉଦ୍ଦେଶ୍ୟରେ କାର୍ଯ୍ୟାନୁଷ୍ଠାନ

    ୧୦/୦୪/୨୬,ଭୁବନେଶ୍ୱର: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ଥିତି ସ୍ୱାଭାବିକ ରହିଛି । ମାତ୍ର କୌଣସି କାରଣ ନଥାଇ କିଛି ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ଭିତ୍ତିକରି ଯୋଗାଣ…

    Continue reading
    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ