ଆଜିଠାରୁ ଆରମ୍ଭ ହେଉଛି ଅପରେସନ୍‌ ପ୍ରହାର

ଭୁବନେଶ୍ବର: ନିଶାମାଫିଆ ଓ କାରବାର କରୁଥିବା ବେପାରୀଙ୍କୁ ମିଳିବ ମୁହଁତୋଡ଼ ଜବାବ। ନିଶା କାରବାରକୁ ଦମନ ଲାଗି ଆଜିଠାରୁ ଆରମ୍ଭ ହେଉଛି ଅପରେସନ୍‌ ପ୍ରହାର। ବେଆଇନ ମାଦକ ଦ୍ରବ୍ୟ ବିକ୍ରି ଓ ଚୋରାଚାଲାଣ ବିରୋଧରେ ରାଜ୍ୟବ୍ୟାପୀ ଧରପଗଡ଼ ଆରମ୍ଭ ହେବ। ବିଭିନ୍ନ ତଦନ୍ତକାରୀ ସଂସ୍ଥା ପକ୍ଷରୁ ‌ବେଆଇନ ନିଶାକୁ ମୂଳପୋଛ ଲାଗି ରଣନୀତି ପ୍ରସ୍ତୁତ ହୋଇଛି।
ସେପଟେ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ କମିଟି ସଦସ୍ୟଙ୍କ ମନୋନୟନ ସରିଛି। ବିଭିନ୍ନ ତଦନ୍ତକାରୀ ଦଳ ମଧ୍ୟରେ ସମନ୍ବୟ ରକ୍ଷା କରାଯାଇ କିପରି ବେଆଇନ ନିଶା କାରବାର ରୋକାଯାଇପାରିବ, ସେଦିଗରେ ଖସଡ଼ା ପ୍ରସ୍ତୁତ କରାଯାଇ କାର୍ୟ୍ୟକାରୀ କରାଯିବ। ବିଭିନ୍ନ ଜିଲାକୁ ଜୋନ୍‌ରେ ବିଭକ୍ତ କରାଯାଇଛି ଏସ୍‌ଟିଏଫ୍‌, ଅବକାରୀ, ଜିଲା ପୁଲିସ ଓ ଏନ୍‌ସିବିର ମିଳିତ ଦଳ ପକ୍ଷରୁ ଚଢ଼ଉ କରାଯିବ ବୋଲି ଜଣେ ଅଧିକାରୀ ସୂଚନା ଦେଇଛନ୍ତି।

  • Related Posts

    ଜେଲ ଗଲେ ମହାକାଳପଡ଼ା ସରପଞ୍ଚ

    ମହାକାଳପଡ଼ା : ଜେଲ ଗଲେ ମହାକାଳପଡ଼ା ତିଖିରି ସରପଞ୍ଚ ଚାମେଲି ଓଝା। ଜାମିନ୍ ଆବେଦନ ଖାରଜ ପରେ ଚାମେଲିଙ୍କୁ ନ୍ୟାୟିକ ହେପାଜତକୁ ପଠାଯାଇଛି। ମହାକାଳପଡ଼ା ବ୍ଲକ ପରିସରରେ ହାଇଡ୍ରାମାକୁ ନେଇ ଗତ ୨ ଦିନ ହେଲା ଚର୍ଚ୍ଚା ଲାଗି ରହିଛି। ବିଡିଓଙ୍କୁ…

    Continue reading
    ୮ ପିତୃମାତୃହୀନ ପିଲାଙ୍କୁ “ଗ୍ରୀନ ପ୍ୟାସଜ” ମାଧ୍ୟମରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଉଚ୍ଚ ଶିକ୍ଷା

    କୋଭିଡ ମହାମାରୀ ସମୟରେ ପିତା କିମ୍ବା ଉଭୟ ପିତାମାତାଙ୍କୁ ହରାଇଥିବା ଶିଶୁମାନଙ୍କୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଆଶୀର୍ବାଦ ଯୋଜନାରୁ ଆର୍ଥିକ ସହାୟତା ପ୍ରଦାନ କରି ସେମାନଙ୍କ ଶିକ୍ଷାକୁ ସୁନିଶ୍ଚିତ ଓ ଶୈଶବକୁ ସ୍ଵଭାବିକ କରIଯାଇଥିଲା I ଚଳିତ ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ