ଆଜିଠାରୁ ଓଡ଼ିଶାରେ ବଢ଼ିବ ବର୍ଷା

ଭୁବନେଶ୍ବର: ଆଜିଠାରୁ ଓଡ଼ିଶାରେ ବର୍ଷାର ପରିମାଣ ବଢି଼ବ । ଅଗଷ୍ଟ 8 ତାରିଖ ସକାଳ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ । ଏହାସହ ରାଜ୍ୟ ଉପରେ ମୌସୁମୀ ପ୍ରବାହ ଦୁର୍ବଳ ହେତୁ ବିଜୁଳିଘଡଘଡି ଜନିତ ପ୍ରଭାବ ବୃଦ୍ଧି ସମ୍ଭାବନା ରହିଛି । ଲଗାଣ ବର୍ଷା ପ୍ରଭାବରେ ନଦୀମାନଙ୍କରେ ଜଳସ୍ତର ବୃଦ୍ଧି ହେବାର ସମ୍ଭାବନା ରହିଛି । ଫଳରେ ବନ୍ୟା ସ୍ଥିତି ସଂଗୀନ ହେବାର ଆଶଙ୍କା ପ୍ରକାଶ ପାଇଛି ।

ବର୍ତ୍ତମାନ ଅବପାତଟି ସଦୃଶ ଲଘୁଚାପରେ ପରିଣତ ହୋଇ ଦକ୍ଷିଣ ପୁର୍ବ ରାଜସ୍ଥାନରେ ସକ୍ରିୟ ରହିଛି । ଏହାସହ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବା ବେଳେ ରାଜ୍ୟରେ କିଛି କିଛି ସ୍ଥାନରେ ବର୍ଷା ହେଉଥିବା ବେଳେ ଆଜିଠାରୁ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ଆଜି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବ । ସେହିପରି ମାଲକାନଗିରି, କଳାହାଣ୍ଡି, ଗଜପତି, ଗଞ୍ଜାମ, ପୁରୀ, ଖୋରଧା, ନୟାଗଡ଼, କଟକ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡି ଓ 30-40 କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଆସନ୍ତାକାଲି (ସୋମବାର) କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ସେହିପରି କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋରଧା, ନୟାଗଡ଼, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।4 ତାରିଖରୁ ଓଡ଼ିଶାରେ ବର୍ଷା ଆହୁରି ବଢ଼ବି । ପ୍ରବଳ ବର୍ଷା ପାଇଁ ରାୟଗଡ଼ା, ଗଜପତି, କଳାହାଣ୍ଡି, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିପରି ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ପାଇଁ ମାଲକାନଗିରି, କୋରାପୁଟ, ଗଞ୍ଜାମ, ପୁରୀ, ଖୋରଧା, ନୟାଗଡ଼, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଭଦ୍ରକ, ବାଲେଶ୍ବର, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ