ଆଜିଠାରୁ ରାଜ୍ୟରେ ତାତି ବଢ଼ିବ

ଭୁବନେଶ୍ୱର: ସୋମବାରଠାରୁ ରାଜ୍ୟରେ ତାତି ବଢ଼ିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ୍‌ ବଢ଼ିପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ତାତି ୪୦ ଡିଗ୍ରୀ ଟପିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାକୁ ନେଇ ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) ।

ରବିବାର ବୌଦ୍ଧ ସବୁଠୁ ତତଲା ପାଲଟିଥିଲା । ଏଠାରେ ଦିନ ତାପମାତ୍ରା ୩୮.୫ ଡିଗ୍ରୀ ରେକର୍ଡ ହୋଇଥିଲା । ଟିଟିଲାଗଡ଼ରେ ୩୮, ଝାରସୁଗୁଡ଼ା ଓ ବଲାଙ୍ଗୀରରେ ୩୭.୪, ସୋନପୁରରେ ୩୭.୨, ଭବାନୀପାଟଣାରେ ୩୭ ଡିଗ୍ରୀ ରେକର୍ଡ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ୩୪ଡିଗ୍ରୀ ଓ କଟକରେ ୩୩ ଡିଗ୍ରୀ ରହିଥିଲା ।

ଆସନ୍ତା ୪ରୁ ୫ ଦିନ ଯାଏ ଦିନବେଳା ତାତି କ୍ରମଶଃ ୩ରୁ ୫ଡିଗ୍ରୀ ବଢ଼ିପାରେ ବୋଲି ଆକଳନ କରାଯାଇଛି । ସେହିଭଳି ରାତି ତାପମାତ୍ରା ବି ୨ରୁ ୪ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇବା ସହ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତ୍‌ ରହିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି । ବରିଷ୍ଠ ନାଗରିକ, ଶିଶୁ ଓ ଅସୁସ୍ଥ ବ୍ୟକ୍ତି ଖରାରେ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ