ଆଜିଠୁ କମିବ ବର୍ଷା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉପକୂଳ ପଶ୍ଚିମବଙ୍ଗ ଓ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଉପକୂଳ ପଶ୍ଚିମବଙ୍ଗ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଥିଲା। ଏହା ଆଜି ପଶ୍ଚିମ ଦିଗକୁ ଗତି କରି ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ଝାଡଖଣ୍ଡ ଉପରେ ରହିଛି। ଏହା ଧୀରେଧୀରେ ଉତ୍ତର ଛତିଶଗଡ଼ ଓ ପୂର୍ବ ମଧ୍ୟପ୍ରଦେଶ ଦେଇ ପଶ୍ଚିମ ଦିଗକୁ ଗତି କରିବ। ରବିବାର ସୁଦ୍ଧା ଦୁର୍ବଳ ହୋଇ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ବର୍ଷାର ପରିମାଣ କମ୍‌ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବଜ୍ରପାତ ସହ ବର୍ଷା ହୋଇପ‌ାରେ। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହାପରେ ରାଜ୍ୟରେ ମୌସୁମୀଜନିତ ହାଲ୍‌କା ବର୍ଷା ଜାରି ରହିପାରେ। ତେବେ ଆସନ୍ତାକାଲି ମଧ୍ୟ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଓଡ଼ିଶା ଉପକୂଳ ଓ ଏହାର ଆଖପାଖ ଅଞ୍ଚଳ, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ମତ୍ସ୍ୟଜୀବୀଙ୍କୁ ପ୍ରବେଶ ନ କରିବାକୁ ପରାମର୍ଶ ଦିଆଯାଇଛି।

  • Garvita Odia

    Related Posts

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ହୀରାକୁଦ: ଉପରମୁଣ୍ଡରୁ ବର୍ଷାଜଳ ପ୍ରବେଶ କରୁଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଶନିବାର ରାତି ୯ଟାରେ ୬୧୨.୧୨ ଫୁଟ ରହିଥିଲା ା ବାମପଟର ୧୩ ଓ ଡାହାଣପଟର ୭ ଫାଟକ ଦ୍ବାରା ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି…

    ଓଏମପିରୁ କନ୍ଦରପୁର ଏଲିଭେଟେଡ କରିଡର

    କଟକ: କଟକ ଓଏମପିରୁ କନ୍ଦରପୁର ହେବ ଏଲିଭେଟେଡ କରିଡର । ରବିବାର କଟକ ସାଂସଦ ଭର୍ତ୍ତୃହରି ମହତାବ ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ସହ ଆଲୋଚନା ହୋଇଛି । ଏନେଇ…

    Leave a Reply

    Your email address will not be published. Required fields are marked *

    You Missed

    ଘୋଷଣା କଲେ ଟ୍ରମ୍ପ: ଯୁଦ୍ଧ ବିରତି ପାଇଁ ଥାଇଲାଣ୍ଡ ଓ କାମ୍ୱୋଡିଆ ରାଜି

    ଘୋଷଣା କଲେ  ଟ୍ରମ୍ପ: ଯୁଦ୍ଧ ବିରତି ପାଇଁ  ଥାଇଲାଣ୍ଡ ଓ କାମ୍ୱୋଡିଆ ରାଜି

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ଓଡ଼ିଶାରେ ଲାଗୁ ହେଉ ରାଷ୍ଟ୍ରପତି ଶାସନ: ପ୍ରମିଳା

    ଓଡ଼ିଶାରେ  ଲାଗୁ ହେଉ ରାଷ୍ଟ୍ରପତି ଶାସନ: ପ୍ରମିଳା

    ଆଜିଠୁ କମିବ ବର୍ଷା

    ଆଜିଠୁ କମିବ ବର୍ଷା

    ଓଏମପିରୁ କନ୍ଦରପୁର ଏଲିଭେଟେଡ କରିଡର

    ଓଏମପିରୁ କନ୍ଦରପୁର ଏଲିଭେଟେଡ କରିଡର

    ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି

    ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି