ଆଜିଠୁ ଦୁଇଦିନିଆ ରାଉରକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ରାଉରକେଲା: ଆଜିଠୁ ଦୁଇଦିନିଆ ରାଉରକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେକ୍ଟର-୧୩ ପଡ଼ିଆରେ ହେବାକୁ ଥିବା ଜନଜାତୀୟ ଗୌରବ ଦିବସ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ । ଧରତି ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଜନଜାତୀୟ ଗୌରବ ଦିବସ ରାଜ୍ୟସ୍ତରୀୟ ସମାରୋହ ଅନୁଷ୍ଠିତ ହେବ । ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ ।ଶନିବାର ମଧ୍ୟାହ୍ନ ୧୨ଟା ୫ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ସ୍ୱତନ୍ତ୍ର ବିମାନ ଯୋଗେ ମୁଖ୍ୟମନ୍ତ୍ରୀ ବାହାରି ଅପରାହ୍ଣ ୧ଟାରେ ରାଉରକେଲା ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସେ ମେ’ ଫେୟାର ହକି ଭିଲେଜରେ ପହଞ୍ଚିବେ । ହକି ଭିଲେଜରେ ମୁଖ୍ୟମନ୍ତ୍ରୀ କିଛି ସମୟ ବିଶ୍ରାମ କରିବା ପରେ ଅପରାହ୍ଣ ୨ଟାରେ ସେକ୍ଟର-୧୩ ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା ଜନଜାତୀୟ ଗୌରବ ଦିବସ କାର୍ୟ୍ୟକ୍ରମରେ ଯୋଗ ଦେବେ । ଅପରାହ୍ଣ ସାଢ଼େ ୪ଟା ସୁଦ୍ଧା ମୁଖ୍ୟମନ୍ତ୍ରୀ ପାନପୋଷସ୍ଥିତ ସ୍ୱତନ୍ତ୍ର ସର୍କିଟ୍ ହାଉସ୍‌ରେ ପହଞ୍ଚିବେ । ସେଠାରେ ସେ ନୂତନ ସ୍ୱତନ୍ତ୍ର ସର୍କିଟ୍ ହାଉସ୍‌ ଉଦ୍‌ଘାଟନ କରିବେ । ଏହାପରେ ସନ୍ଧ୍ୟା ୫ଟା ୪୦ରେ ବିର୍ସା ମୁଣ୍ଡା ଛକରେ ପହଞ୍ଚି ବୀର ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ସେଠାରୁ ବାହାରି ବିର୍ସା ମୁଣ୍ଡା ଆଥଲେଟିକ ଷ୍ଟାଡିୟମ୍‌ରେ ଚାଲିଥିବା ୪ର୍ଥ ଜାତୀୟ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପ୍ରତିଯୋଗିତାର ଉଦ୍‌ଯାପନୀ ଉତ୍ସବରେ ଯୋଗଦେବେ । ବିର୍ସା ମୁଣ୍ଡା ଆଥଲେଟିକ ଷ୍ଟାଡିୟମରୁ ବାହାରି ମୁଖ୍ୟମନ୍ତ୍ରୀ ସିଭିଲ ଟାଉନସିପ୍ ସ୍ଥିତ ହୋଟେଲ ମେ’ ଫେୟାରରେ ପହଞ୍ଚି ସେଠାରେ ରାତ୍ରିଯାପନ କରିବେ । ରବିବାର ଦିନ ୧୦ଟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିଯିବାର କାର୍ୟ୍ୟକ୍ରମ ରହିଛି ।

  • Related Posts

    ବଜାରରେ ବିକ୍ରି ହେଉଛି ସିନ୍ଥେଟିକ୍ ପନିର

    କଟକ: ପାର୍ବଣ ଆଗରୁ ପନିରକୁ ନେଇ ଲୋକଙ୍କ ମନରେ ଛନକା। ଖୁଲମ ଖୁଲା ବଜାରରେ ବିକ୍ରି ହେଉଛି ସିନ୍ଥେଟିକ୍ ପନିର । ପନିରକୁ ନେଇ ଧରପଗଡ ଚାଲିଥିବାବେଳେ ଗତକାଲି ବିପୁଳ ପରିମାଣର ଅପମିଶ୍ରିତ ପନିରକୁ ଧରିଛି କଟକ ମହାନଗର ନିଗମ ସ୍ୱାସ୍ଥ୍ୟ…

    Continue reading
    ପୋଲିସ-ଅନଲାଇନ ଚାଳକ ମୁହାଁମୁହିଁ ଘଟଣା: ବର୍ତ୍ତମାନ ସୁଦ୍ଧା ୧୧୩ ଗିରଫ

    ମାଷ୍ଟର କ୍ୟାଣ୍ଟିନରେ ପୋଲିସ-ଅନଲାଇନ ଅଟୋ ଓ ଟାକ୍ସି ଚାଳକ ମୁହାଁମୁହିଁ ଘଟଣା। ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ ୧୧୩ ଜଣଙ୍କୁ ଗିରଫ କରାଯାଇଛି। ୬୦ ଜଣଙ୍କୁ ଉତ୍ତମ ବ୍ୟବହାର ଲାଗି ଛାଡ଼ି ଦିଆଯାଇଛି। ୩୫୪ଟି ଯାନବାହନ ଜବତ କରାଯାଇଛି। ଖାରବେଳନଗର ଥାନାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ