ଆଜିଠୁ ପଞ୍ଚକ ବ୍ରତ

ପୁରୀ : କାର୍ତ୍ତିକ ମାସର ମହାପଞ୍ଚୁକ ବ୍ରତ ଆଜିଠୁ ଆରମ୍ଭ ହୋଇଛି। ଏଥର ପାଞ୍ଚ ଦିନ ପରିବର୍ତ୍ତେ ୪ଦିନ ପଞ୍ଚୁକ ବ୍ରତ ପାଳନ ହେବ। ତିଥି କ୍ଷୟ ଯୋଗୁଁ ଦ୍ବାଦଶୀରେ ବାଙ୍କଚୂଡ଼ା ବେଶ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ। ପଞ୍ଚକର ପ୍ରଥମ ଦିନ ତଥା ବଡଏକାଦଶୀ ତିଥିରେ ଶ୍ରୀଜିଉଙ୍କ ଠିଆକିଆ ବେଶ ବା ଲଷ୍ମୀନାରାୟଣ ବେଶରେ ସଜିତ କରାଯାଇଛି । ଏଥିସହ ଆଜି ଶ୍ରୀମନ୍ଦିରରେ ହରି ଉତ୍ଥାପନ ଏକାଦଶୀ ମଧ୍ୟ ପାଳିତ ହେଉଛି । ଆଷାଢ ଶୁକ୍ଳପକ୍ଷ ଏକାଦଶୀରେ ମହାପ୍ରଭୁ ଶୟନ କରିଥିବା ବେଳେ କାର୍ତ୍ତିକ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ମହାପ୍ରଭୁ ନିଦ୍ରାରୁ ଉଠିଥାନ୍ତି । ଶାସ୍ତ୍ର ମତରେ ଆଜିଠାରୁ ଶୁଭ ସମୟ ଆରମ୍ଭ ହେଉଥିବାରୁ ସମସ୍ତ ମାଙ୍ଗଳିକ କାର୍ୟ୍ୟ ଆରମ୍ଭ ହୋଇଥାଏ ।

ଏହାସହ ତୃତୀୟ ଦିନରେ ତ୍ରିବିକ୍ରମ ବେଶ ଓ ରାସ ପୂର୍ଣ୍ଣିମାରେ ଦୁର୍ଲ୍ଲଭ ରାଜ ରାଜେଶ୍ୱର ବେଶରେ ଭକ୍ତ ଦର୍ଶନ କରିବେ। ହବିଷ୍ୟାଳୀ ଓ ବୟସ୍କ ଭକ୍ତ ଯେଭଳି ସୁଚାରୁ ରୂପେ ପଞ୍ଚୁକରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ବେଶ ଦର୍ଶନ କରିପାରିବେ ସେଥିପାଇଁ ଜିଲା ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ସେହିପରି ପଞ୍ଚୁକରେ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଜିଲା ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ କେବଳ ସିଂହଦ୍ବାର ଦେଇ ପ୍ରବେଶ କରି ଅନ୍ୟ ୩ ଦ୍ବାରରେ ପ୍ରସ୍ଥାନ କରିପାରିବେ। ଚଳିତ ବର୍ଷ ମାର୍କେଟ ଛକ ନିକଟରୁ ସିଂହଦ୍ବାର ପର୍ୟ୍ୟନ୍ତ ସ୍ୱତନ୍ତ୍ର ବ୍ୟାରିକେଡ୍‌ କରାଯାଇଛି। ଶ୍ରଦ୍ଧାଳୁ ବ୍ୟାରିକେଡ୍‌ ଦେଇ ସିଂହଦ୍ବାରରେ ପ୍ରବେଶ କରିବେ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ