ଆଜିଠୁ ବିଶ୍ୱ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ବ୍ରୋଞ୍ଜ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଆଜିଠୁ ଆରମ୍ଭ ହେଉଛି ବିଶ୍ୱସ୍ତରୀୟ କ୍ରୀଡ଼ା ମହାକୁମ୍ଭ। ପ୍ରଥମ ଥର ପାଇଁ ଭାରତରେ ଆୟୋଜିତ ହେଉଛି ଓ୍ବାଲର୍‌ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ବ୍ରୋଞ୍ଜ ଚାମ୍ପିଆନସିପ। ଏହି ପ୍ରତିଯୋଗିତା ଭୁବନେଶ୍ୱରର ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ, ଯେଉଁଠାରେ ୧୭ଟି ଦେଶରୁ ପ୍ରାୟ ୨୨୫ ଜଣ ପ୍ରତିଯୋଗୀ ୧୯ଟି ଭିନ୍ନ ଇଭେଣ୍ଟରେ ଅଂଶଗ୍ରହଣ କରିବେ।
ଏହି ବିଶ୍ୱସ୍ତରୀୟ ଟୁର୍ଣ୍ଣାମେଣ୍ଟରେ ଭାଗ ନେବା ପାଇଁ ଦେଶ ଓ ବିଦେଶର ଖେଳାଳିମାନେ ଓଡ଼ିଶାରେ ପହଞ୍ଚି ସାରିଛନ୍ତି। ଓଡ଼ିଶାରୁ ମଧ୍ୟ ୪ ଜଣ ଖେଳାଳି ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରୁଛନ୍ତି, ଯାହା ରାଜ୍ୟ ପାଇଁ ଏକ ଗର୍ବର ବିଷୟ। କଳିଙ୍ଗ ଷ୍ଟାଡିୟମ, ଯାହା ପୂର୍ବରୁ ଅନେକ ଆନ୍ତର୍ଜାତୀୟ କ୍ରୀଡ଼ା ଆୟୋଜନରେ ସଫଳତା ହାସଲ କରିଛି, ଏଥର ମଧ୍ୟ ଏହି ମହାକୁମ୍ଭର ମୁଖ୍ୟ ମଞ୍ଚ ହେବ। ଖେଳାଳିମାନେ ଏକାଧିକ ଇଭେଣ୍ଟ ଯଥା ଦୌଡ଼, ଜମ୍ପ, ଥ୍ରୋ ଆଦିରେ ନିଜର କୌଶଳ ପ୍ରଦର୍ଶନ କରି ମେଡାଲ ହାସଲ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବେ।

  • Related Posts

    ଲକ୍ଷ୍ନୌକୁ ୬ ଓ୍ବିକେଟରେ ହରାଇଲା ଦିଲ୍ଲୀ

    ଲକ୍ଷ୍ନୌ:ଆଇପିଏଲ୍ ୨୦୨୬ ର ପଞ୍ଚମ ଲିଗ୍ ମ୍ୟାଚ୍ ରେ, ଦିଲ୍ଲୀ କ୍ୟାପିଟାଲ୍ସ ଲକ୍ଷ୍ନୌ ସୁପରଜାଏଣ୍ଟସ୍ କୁ ୬ ୱିକେଟରେ ପରାସ୍ତ କରିଛି। ସମୀର ରିଜଭି ଏବଂ ଟ୍ରିଷ୍ଟନ୍ ଷ୍ଟବ୍ସ ଦଳକୁ ବିଜୟୀ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହି ଯୋଡ଼ି…

    Continue reading
    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ