ଆଜିଠୁ ୨୨ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!

ଭୁବନେଶ୍ୱର: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ମଙ୍ଗଳବାର ରାଜ୍ୟର ୨୪ଟି ସହରର ତାପମାତ୍ରା ୩୩ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୩୬.୧ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଏହା ତଳକୁ ଚାନ୍ଦବାଲି ଓ ଅନୁଗୋଳରେ ୩୫.୭ ଡିିଗ୍ରୀ, ଭଦ୍ରକ ୩୫.୬ ଡିଗ୍ରୀ, ବାରିପଦା ୩୫.୪ ଡିଗ୍ରୀ, ରାଉରକେଲା ଓ ଢେଙ୍କାନାଳରେ ୩୫.୧ ଡିଗ୍ରୀ ଛୁଇଁଥିଲା। ତେବେ ବୁଧବାରଠାରୁ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବରଗଡ଼, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା ଲାଗି ରହିବ ବୋଲି ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଆସନ୍ତା ୧୯ ତାରିଖରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଲେଉଟାଣି ଆରମ୍ଭ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ କରିଛି। ତେଣୁ ତାପମାତ୍ରା ପୁଣି ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ