ଆଡଭାନୀ, ଜୟଶଙ୍କରଙ୍କୁ ଏସଆଇଆର୍ ନୋଟିସ୍‌!

ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ, ବିଦେଶ ମନ୍ତ୍ରୀ ଏସ.ଜୟଶଙ୍କର, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ସମେତ ଅନେକ ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ ମିଳିବା ଘଟଣା ଏବେ ସାରା ଦେଶରେ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି । ଅଧୁନା ରାଜଧାନୀ ଦିଲ୍ଲୀରେ ଚାଲିଥିବା ସ୍ପେଶାଲ ଇଂନ୍‌ଟେନସିଭ୍ ରଭିଜନ(ଏସଆଇଆର) ଅଧୀନରେ ଭୋଟର ତାଲିକାରେ ସଂଶୋଧନ ପାଇଁ ଏହି ନୋଟିସ ଜାରି କରାଯାଇଛି । ତେବେ ଏହି ନୋଟିସ ଜାରି ହେବା ଦ୍ୱାରା ତାଲିକାର ନାଁ କଟିବନି, ବରଂ ତ୍ରୁଟି ସଂଶୋଧନ ହେବ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି ।
ଏସଆଇଆର ନୋଟିସ ପାଇଥିବା ପ୍ରମୁଖ ବ୍ୟକ୍ତିଙ୍କ ତାଲିକାରେ ଅଛନ୍ତି ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆପ୍ ନେତା ଅରବିନ୍ଦ କେଜ୍ରିୱାଲ, ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନିଷ ଶିଷୋଦିଆ, ପୂର୍ବତନ ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ, ଖୋଦ ନିର୍ବାଚନ କମିଶନର ଡ.ଏସଏସ ସାନ୍ଧୁ, ସେବି ଚେୟାରମ୍ୟାନ ତୁହିନ କାନ୍ତ ପାଣ୍ଡେ, ବିଦେଶ ସଚିବ ବିକ୍ରମ ମିଶ୍ରି, ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ବୈଜ୍ଞାନିକ ପରାମର୍ଶଦାତା ଅଜୟ କୁମାର ସୁଦ, ସ୍ୱାସ୍ଥ୍ୟ ସଚିବ ପୁଣ୍ୟ ସଲୀଲା ଇତ୍ୟାଦି । ତେବେ ନିର୍ବାଚନ କମିଶନଙ୍କ ପକ୍ଷରୁ ସ୍ପଷ୍ଟ କରିଦିଆଯାଇଛି ଯେ, ଏହି ନୋଟିସ କେବଳ କିଛି ସଂଶୋଧନ ପାଇଁ ଉଦ୍ଦିଷ୍ଟ । ତଥ୍ୟରେ ଅମେଳ ରହିବାରୁ ଏହି ନୋଟିସ ଜାରି ହୋଇଛି ଯାହାଦ୍ୱାରା ଭୋଟର ତାଲିକା ସଂପୂର୍ଣ୍ଣ ତ୍ରୁଟିଶୂନ୍ୟ ହୋଇପାରିବ । ଖୁବ୍ ଶୀଘ୍ର ଏହି ପ୍ରକିୟା ଶେଷ ହେବ ।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ