ଆଡ଼ପ ମଣ୍ଡପରୁ ବାହୁଡ଼ୁଛନ୍ତି ବାହୁଡ଼ାବ୍ରହ୍ମ

ପୁରୀ: ଜନ୍ମବେଦୀରେ ସରିଲା ଲୀଳାଖେଳା। ଆଡ଼ପ ମଣ୍ଡପରୁ ବାହୁଡ଼ୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସଅଳ ଆରମ୍ଭ ହେଲା ପହଣ୍ଡି ଯାତ୍ରା। ପ୍ରଥମେ ଗୁଣ୍ଡିଚା ମନ୍ଦିର ଛାଡ଼ି ଶରଧାବାଲିକୁ ଓହ୍ଲାଇ ଆସିଲେ ଚକ୍ରରାଜ। ଘଣ୍ଟଘଣ୍ଟା ନାଦରେ ଦୁଲୁକିଲା ନାକଚଣା ଦ୍ବାର। ଭକ୍ତମୟ ପରିବେଶରେ ଶୂନ୍ୟ ପହଣ୍ଡିରେ ଆସି ଦେବଦଳନ ରଥରେ ରଥାରୂଢ଼ ହେଲେ ମହାପ୍ରଭୁ ସୁଦର୍ଶନ। ପଛକୁ ଧାଡ଼ି ପହଣ୍ଡିରେ ଆସିଲେ ବଡ଼ ଠାକରୁ ବଳଭଦ୍ର। ତାଙ୍କ ପଛକୁ ଆସିଛନ୍ତି ହଳଦୀମୁହିଁ ମା’ ସୁଭଦ୍ରା। ଶେଷରେ ଗହଳି ଲଗାଇ ଝୁଲିଝୁଲି ଆସିବେ ହଟିଆ ଠାକୁର।

ଶୁକ୍ରବାର ରାତିରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ବାହୁଡ଼ା ନୀତି ଆରମ୍ଭ ହୋଇଥିଲା। ନୀତି ନିର୍ଘଣ୍ଟ ଅନୁସାରେ ବାହୁଡ଼ାରେ ପ୍ରାତଃ ୪ଟାରେ ମଙ୍ଗଳା ଆଳତି ବଢ଼ିବା ପରେ ସୂର୍ୟ୍ୟପୂଜା, ଦ୍ୱାରପାଳ ପୂଜା ଓ ବେଶ ଶେଷ ସହ ଗୋପାଳବଲ୍ଲଭ ବଢ଼ି ଓ ସକାଳ ଧୂପରେ ପୂଜାପଣ୍ଡା ସାଆନ୍ତେ ଠାକୁରମାନଙ୍କୁ ଖେଚୁଡି ଭୋଗ ଅର୍ପଣ କରିଥିଲେ । ଦଇତାପତି ସେବକମାନେ ଶ୍ରୀଜିଉଙ୍କ ଶ୍ରୀଅଙ୍ଗରେ ସେନାପଟା ଲାଗି କରିଥିଲେ। ପରେ ଠାକୁରଙ୍କ ୩ ବାଡ଼ରେ ମଙ୍ଗଳାର୍ପଣ ନୀତି ସମ୍ପନ୍ନ ହୋଇଥିଲା। ଏହାପରେ ମୁଦିରସ୍ତ ସେବକମାନେ ଡୋରଲାଗି ଓ ପୁଷ୍ପାଞ୍ଜଳି ନୀତି ବଢାଇବା ପରେ ଠାକୁରମାନଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇଥିଲା।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ