ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

ଶ୍ରୀନଗର: ଜମ୍ମୁ-କାଶ୍ମୀର କୁଲଗାମରେ ଏନକାଉଣ୍ଟର ହୋଇଛି । ‘ଅପରେସନ୍ ଅଖଲ’ର ନବମ ଦିନରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଆତଙ୍କୀ ସହ ଲଢି ଦୁଇ ବୀର ଯବାନ ଶହୀଦ ହୋଇଛନ୍ତି । ୧୦ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଜଣେ ଆତଙ୍କୀକୁ ନିହତ କରିଛନ୍ତି ସୁରକ୍ଷାକର୍ମୀ । କୁଲଗାମ ଅଖଲ ଜଙ୍ଗଲରେ ୩ ଆତଙ୍କୀ ଏବେ ବି ଲୁଚି ରହିଥିବା ନେଇ ସର୍ଚ୍ଚ ଅପରେସନ୍ ଜାରି ରହିଛି ।

କାଶ୍ମୀରର କୁଲଗାମର ଅଖଲ ଜଙ୍ଗଲରେ ଆତଙ୍କୀ ସହ ଗୁଳି ବିନିମୟ ନବମ ଦିନରେ ପହଞ୍ଚିଛି । ଅଗଷ୍ଟ ୧ରୁ ‘ଅପରେସନ୍ ଅଖଲ’ ଆରମ୍ଭ ହୋଇଥିଲା । ଶୁକ୍ରବାର ଏହି ଅଞ୍ଚଳରେ ଅପରେସନ୍ ଜୋରଦାର ହୋଇଥିଲା । ବିସ୍ଫୋରଣ ସହ ଗୁଳିଗୋଳା ଶବ୍ଦ ହୋଇଥିଲା । ଏଥିରେ ଦୁଇ ଜଣ ଯବାନ ଶହୀଦ ହୋଇଛନ୍ତି । ୧୦ ଜଣ ଆହତ ହୋଇଛନ୍ତି । ସେନାଗୁଳିରେ ଜଣେ ଆତଙ୍କୀ ନିହତ ହୋଇଛି । ଆଉ ୩ ଆତଙ୍କୀ ଲୁଚି ଥିବା ନେଇ ସର୍ଚ୍ଚ ଅପରେସନ୍ ଜାରି ରହିଛି । ଆତଙ୍କୀ ଲୁଚିଥିବା ଗୁଇନ୍ଦା ସୂଚନା ମିଳିବା ପରେ ଅଗଷ୍ଟ ୧ରୁ ସୁରକ୍ଷାକର୍ମୀ ଏହି ଅପରେସନ୍ ଆରମ୍ଭ କରିଥିଲେ । ଭାରତୀୟ ସେନାର ଚିନାର ଫୋର୍ସ ଅନୁସାରେ, ସେନା, ଜମ୍ମୁ-କାଶ୍ମୀର ପୁଲିସ ଏବଂ ସିଆରପିଏଫର ମିଳିତ ଟିମ୍‌ ଦକ୍ଷିଣ କାଶ୍ମୀର ଜଙ୍ଗଲରେ ଆତଙ୍କୀ ଦମନ ଅଭିଯାନ ଜାରି ରଖିଛନ୍ତି । ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ୍ ଜାରି ରଖିଛନ୍ତି ।ଶହୀଦ ଯବାନ ହେଲେ ଲାଏନ୍ସ/ନାଏକ ପ୍ରୀତିପାଲ ସିଂହ ଏବଂ ସେପଏ ହରିମନ୍ଦିର ସିଂହ । ଦେଶର ସୁରକ୍ଷା ପାଇଁ ଜୀବନର ବଳିଦାନ ଦେଇଛନ୍ତି । ତାଙ୍କ ବଳିଦାନକୁ ସଲାମ୍ କରିଛି ଭାରତୀୟ ସେନା ।

  • Related Posts

    ବାୟୁସେନା ବିମାନ AN-32 ଦୁର୍ଘଟଣାଗ୍ରସ୍ତ, ପାଇଲଟଙ୍କ ସମେତ 5 ମୃତ

    ଜୋରହାଟ: ଶନିବାର ଆସାମର ଜୋରହାଟ ବାୟୁସେନା ଷ୍ଟେସନରେ ଭାରତୀୟ ବାୟୁସେନା ଏକ AN-32 ପରିବହନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରତୀୟ ବାୟୁସେନା ଅନୁଯାୟୀ, AN-32 ଜୋରହାଟ ବାୟୁସେନାରେ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା ।…

    Continue reading
    ଅଭିଷେକ ବାନାର୍ଜୀଙ୍କ ଘରେ ସର୍ଚ୍ଚ

    ବିଧାନସଭା ନିର୍ବାଚନ ପରାଜୟ ପରେ ମମତା ବାନାର୍ଜୀଙ୍କ ଟିଏମସିରେ ସଙ୍କଟ ବଢ଼ିବାରେ ଲାଗିଛି। ଗୋଟିଏ ପଟେ ଦଳେ ଆଭ୍ୟନ୍ତରୀଣ କନ୍ଦଳ ତୀବ୍ର ହୋଇଥିବା ବେଳେ ଅନ୍ୟପଟେ ଦଳର ବରିଷ୍ଠ ନେତାମାନଙ୍କ ପାଇଁ ଆଇନଗତ ସମସ୍ୟା ଜଟିଳ ହୋଇଛି। ଏହିକ୍ରମରେ ଆଜି ଟିଏମସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ