ଆଦିବାସୀଙ୍କ ଜମି ଦଖଲ ସମ୍ପର୍କରେ ବିଧାନସଭାରେ ଏହା କହିଲେ ମନ୍ତ୍ରୀ

ଭୁବନେଶ୍ୱର: ଆଦିବାସୀଙ୍କ ଜମି ଦଖଲ ସମ୍ପର୍କରେ ଆସିଥିବା ଏକ ପ୍ରଶ୍ନର ଉତ୍ତର ରଖି ରାଜସ୍ୱ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ ଭୂସଂସ୍କାର ଆଇନ ୧୯୬୦ ଅନୁସାରେ ଯଦି କେହି ଆଦିବାସୀ ଜମି କିଣନ୍ତି, ତାକୁ ବେଆଇନ ଘୋଷଣା କରି ଉଛେଦ ପ୍ରକ୍ରିୟା ଜରିଆରେ ସମ୍ପୃକ୍ତ ଆଦିବାସୀ ଲୋକଙ୍କୁ ଜମି ଫେରସ୍ତ ନିୟମ ରହିଛି ।
ଏହିଭଳି ୬୫୪ ମାମଲା ବିଚାରାଧୀନ ଅଛି । ଯଦି କେହି ଆଦିବାସୀ ଜମି ଦଖଲ କରିଛନ୍ତି, ତାକୁ ବି ବେଆଇନ ଘୋଷଣା କରାଯିବ , ଏପରି ୮୮୧ ମାମଲା ବିଚାରାଧୀନ ଅଛି । ସେହିପରି କେହି ଅଣ ଆଦିବାସୀ ଯଦି ଆଦିବାସୀ ଜମି କିଣନ୍ତି, ତାକୁ ବି ବେଆଇନ ଘୋଷଣା କରି ଆଦିବାସୀଙ୍କୁ ଫେରସ୍ତ ହେବ । ଏପରି ୧୯୬୯୦ ମାମଲା ବିଚାରାଧୀନ ଅଛି, ବିଚାର କରିବା କ୍ଷମତା ଜିଲ୍ଲାପାଳଙ୍କୁ ଦିଆଯାଇଛି । ସେହିପରି ଯଦି ଚଞ୍ଚକତା କରି ଯଦି ଆଦିବାସୀ ଜମି ନିଆଯାଇଥାଏ, ତାହାର ଆବଶ୍ୟକତାକୁ ବିଚାର କରିବା କ୍ଷମତା ଉପ ଜିଲ୍ଲପାଳଙ୍କୁ ଦିଆଯାଇଛି । ଯଦି ବିଚାର ନ ହୁଏ, ଉପ ଜିଲ୍ଲପାଳ ଏହାକୁ ଅସିଦ୍ଧ ଘୋଷଣା କରି ପାରବେ । ଏହିପରି ୧୨ ୨୭୯ ମାମଲା ବିଚାରାଧୀନ ଥିବା ରାଜସ୍ୱ ଓ ବିପର୍ୟ୍ୟାୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୃହରେ ଉତ୍ତର ରଖିଛନ୍ତି । ଏଥିସହ ସେ କହିଛନ୍ତି ନୂଆ ଆର ଆଣ୍ଡ ଆର ପଲିସି ଆସିବ , ୨୦୦୬ ଆର ଆଣ୍ଡ ଆର ସଂଶୋଧନ କରି ୨୦୨୫ରେ ନୂଆ ଆଧୁନିକ ଆର ଆଣ୍ଡ ଆର ପଲିସି ଆଣିବାକୁ ସରକାର ଯୋଜନା କରୁଛନ୍ତି । ଜମି ବଦଳରେ ଜମି ଦେବା ନେଇ ସରକାର ଯୋଜନା କରୁଛନ୍ତି , ଯଦି କୌଣସି ପ୍ରକଳ୍ପ ପାଇଁ ଲୋକଙ୍କ ଜମି ନିଆଯାଉଛି କ୍ଷତିପୂରଣ ପରିବର୍ତ୍ତେ ଅନ୍ୟତ୍ର କିଭଳି ଜମି ଦିଆଯାଇ ପାରିବ ସେ ନେଇ ବ୍ୟବସ୍ଥା କରାଯିବ । ଏହା ଉପରେ ସେ ଆହୁରି ମଧ୍ୟ କହିଛନ୍ତି କନସିଭ ନୁହେଁ ଆମ ସରକାର ଡେଲିଭରି କରିବ ।
ବିଗତ ସରକାର ସମୟରେ କଣ ହୋଇଥିଲା ତାହା ଏବେ ପ୍ରସଙ୍ଗ ନୁହେଁ ପ୍ରସଙ୍ଗ ଏବେ ଯେଉଁ ସରକାର ସମୟରେ ଲୋକେ ପଟ୍ଟା ପାଇ ଥାଆନ୍ତୁ ନା କାହିଁକି ସେମାନଙ୍କୁ ଜମି ଦେବାକୁ ସରକାର ବ୍ୟବସ୍ଥା କରୁଛନ୍ତି । ବିଗତ ସରକାର ସମୟରେ ଜମି ପଟ୍ଟା ସମୟରେ ଲିଫ ଲେଟ ଭଳି ବ୍ୟବହାର କରାଯାଉଥିଲା । କିନ୍ତୁ ଲୋକ ବାରମ୍ବାର ଦୌଡୁଥିଲେ ମଧ୍ୟ ତାହା ମିଳୁନଥିଲା । କିନ୍ତୁ ଏବେ ସରକାର ବଦଳିଛନ୍ତି ଏବେ ଏହା ଉପରେ ଗୁରୁତ୍ୱ ଦିଆଯିବ । ଏଥିସହ ଯେଉଁ ଲୋକଙ୍କ ଜମି ହଡପ ହୋଇଥିବା କିନ୍ତୁ ତାଙ୍କ ପାଖରେ ଜମି ପ୍ରମାଣ ପତ୍ର ଥିବ ସେମାନଙ୍କୁ ନିଶ୍ଚିତ ଜମି ମିଳିବ ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ