ଆଧାର କାର୍ଡ ନଥିଲେ ସ୍କୁଲରେ ହେବ ଆଡ଼ମିସନ:ମନ୍ତ୍ରୀ

ଭୁବନେଶ୍ବର : ଆଧାର କାର୍ଡ ନଥିଲେ ସ୍କୁଲରେ ହେବ ଆଡ଼ମିସନ । ପରବର୍ତ୍ତୀ ସମୟରେ ଆଧାର କାର୍ଡ କରି ସ୍କୁଲରେ ଦାଖଲ କରିପାରିବେ ଛାତ୍ରଛାତ୍ରୀ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ଯେଉଁ ପିଲାଙ୍କର ଆଧାର କାର୍ଡ ନାହିଁ ତାଙ୍କର କେମିତି ଆଧାର କାର୍ଡ ହୋଇପାରିବ ସେଥିପାଇଁ ସରକାର ବ୍ୟବସ୍ଥା କରିବେ ବୋଲି ମନ୍ତ୍ରୀ କହିଛନ୍ତି ।

ସେପଟେ ସ୍କୁଲ ଡ୍ରପ୍‌ ଆଉଟ୍ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସର୍ଭେ କରାଯାଇଛି । ଚାଇଲ୍ଡ ଟ୍ରାକିଂ ସର୍ଭେ ବିଭାଗ ତରଫରୁ କରାଯାଇଛି ।ପିଲା କେଉଁ କାରଣରୁ ଡ୍ରପ୍ ଆଉଟ୍ ହେଉଛନ୍ତି ଏବଂ ସ୍କୁଲକୁ ଯାଉନାହାନ୍ତି । ଏ ନେଇ ୧୮ ବର୍ଷ ବୟସର ପିଲା ମାନଙ୍କର ସର୍ଭେ କରାଯାଇଛି । ଡୋର୍ ଟୁ ଡୋର୍ ଯାଇ ଶିକ୍ଷକ ମାନେ ସର୍ଭେ କରିଛନ୍ତି । ସେହି ସର୍ଭେ ରିପୋର୍ଟ ଆସିଲା ପରେ ପଦକ୍ଷେପ ନେବେ ସରକାର । ସରକାର ରିପୋର୍ଟକୁ ଅଧ୍ୟୟନ କରି କ’ଣ କରାଗଲେ ଡ୍ରପ୍ ଆଉଟ୍ କମିବ, ସେହି ଅନୁସାରେ ପଦକ୍ଷେପ ନେବେ । ଏହାସହ ସରକାରଙ୍କ ପକ୍ଷରୁ ଏସ୍‌ସି ଏସ୍‌ଟି ଛାତ୍ରଛାତ୍ରୀଙ୍କ ଡ୍ରପ୍ ଆଉଟ୍ କମାଇବା ପାଇଁ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା କରାଯାଇଛି । ତେଣୁ ସରକାରଙ୍କ ପଦକ୍ଷେପ ଯୋଗୁଁ ଚଳିତ ଥର ପ୍ରାଥମିକ ସ୍ତରରେ ଅଧିକ ପିଲା ଆଡ଼ମିଶନ କରିଛନ୍ତି ।

  • Related Posts

    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading
    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ