ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୁଲିସ

ଭୁବନେଶ୍ବର: ଫକୀରମୋହନ କଲେଜ ଛାତ୍ରୀ ସୋମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରି ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉତ୍ତେଜନାମୂଳକ ସ୍ଥିତି ଉପୁଜିଛି। ଲୋକସେବା ଭବନ ବାହାରେ ପୁଲିସର କଡ଼ାପହରା ଥାଇ ମଧ୍ୟ ରଣକ୍ଷେତ୍ର ପାଲଟିଛି ଲୋୟର୍ ପିଏମ୍‌ଜି।ବିଜେଡି କର୍ମୀମାନେ ବ୍ୟାରିକେଡ୍ ଭାଙ୍ଗିବା ପରେ ପୁଲିସ ପକ୍ଷରୁ ସେମାନଙ୍କ ଉପରେ ପାଣି ଓ ଲୁହବୁହା ଗ୍ୟାସ୍ ମାଡ଼ କରାଯାଇଛି। ଏଣେ ଶତାଧିକ ଆନ୍ଦୋଳନକାରୀଙ୍କୁ ଉଠାଇନେଇଛି କମିସନରେଟ୍ ପୁଲିସ। ତେଣେ କେତେକ ବିଜେଡି ନେତା ଓ କର୍ମୀ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି। କେତେକ ଆନ୍ଦୋଳନକାରୀଙ୍କୁ ପୁଲିସ ଅଟକ ରଖିଛି।

ହଜାର ହଜାର ବିଜେଡି କର୍ମୀ ଶୋଭାଯାତ୍ରାରେ ଆସି ଲୋକସେବା ଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଲୋକସେବା ଭବନ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ । ପୁଲିସ ଓ ସୁରକ୍ଷାକର୍ମୀ ସେମାନଙ୍କ ଅଟକାଇବାକୁ ଚେଷ୍ଟା କରିଥିବା ବେଳେ ବିଜେଡି କର୍ମୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ଏହାସହ ଆନ୍ଦୋଳନକାରୀଙ୍କୁ ଅଟକାଇବାକୁ ପୁଲିସ ପାଣିମାଡ଼ କରୁଥିବା ଦେଖିବାକୁ ମିଳିଛି । ଆନ୍ଦୋଳନ ତୀବ୍ର ହେବାରୁ ପୁଲିସ ଲୁହବୁହା ଗ୍ୟାସ ମଧ୍ୟ ପ୍ରୟୋଗ କରିଛି । କିଛି ଆନ୍ଦୋଳନକାରୀଙ୍କୁ ପୁଲିସ ଜୋର ଜବରଦସ୍ତ ଉଠାଇ ନେଇଛି । ଆନ୍ଦୋଳନକାରୀଙ୍କ ଦାବି ରହିଛି କି ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ନୁହେଁ ରାଜ୍ୟ ସରକାର ୨ କୋଟି ଟଙ୍କା ସହାୟତା ପ୍ରଦାନ କରନ୍ତୁ । ଏହାସହ ଉଚ୍ଚଶିକ୍ଷାମନ୍ତ୍ରୀ ସୂରଜ ସୂର୍ୟ୍ୟବଂଶୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଇସ୍ତଫା ଦିଅନ୍ତୁ । ଘଟଣାର ବିଚାରବିଭାଗୀୟ ତଦନ୍ତ ହେଉ । ଏସବୁ ସହ ସରକାର ରାଜରାସ୍ତାରେ ଆଣ୍ଠୁମାଡ଼ି ନିଜର ଭୁଲ ପାଇଁ କ୍ଷମାପ୍ରାର୍ଥନା କରନ୍ତୁ ବୋଲି ବିଜେଡ଼ି ଦାବି କରିଛି ।

  • Related Posts

    ମୁଁ ହଳିଆ ଲୋକ, ଗୋ-ବ୍ୟାକ୍ କହିଲେ ବି ଆସିବି :ଧର୍ମେନ୍ଦ୍ର

    ଭୁବନେଶ୍ୱର: ନିଟ୍ ପ୍ରସଙ୍ଗରେ ତତ୍କାଳୀନ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଥିଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ନବୀନଙ୍କ ନିର୍ଦ୍ଦେଶରେ ଧର୍ମେନ୍ଦ୍ରଙ୍କ ବିରୋଧରେ ସ୍ୱର ଉତ୍ତୋଳନ କରିଥିଲା ବିଜେଡି । ଏମିତିକି କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେବା…

    Continue reading
    ମହୁଆଙ୍କୁ ସୁପ୍ରିମକୋର୍ଟଙ୍କ ସମାଲୋଚନା: ‘ରାଜନୀତିରେ ରହି ଅଣ୍ଡା ମାଡ଼କୁ ଡରୁଛ’

    ନୂଆଦିଲ୍ଲୀ: ଏକ ଅପରାଧିକ ମାମଲାରେ ପୁଲିସ ନିକଟରେ ପ୍ରତ୍ୟକ୍ଷ ହାଜର ହେବାକୁ କଲକାତା ହାଇକୋର୍ଟ ଦେଇଥିବା ନିର୍ଦେଶକୁ ଚାଲେଞ୍ଜ କରିଥିବା ଟିଏମସି ସାଂସଦ ସୁପ୍ରିମକୋର୍ଟରେ ସମାଲୋଚିତ ହୋଇଛନ୍ତି। ପୁଲିସ ନିକଟରେ ପ୍ରତ୍ୟକ୍ଷ ପରିବର୍ତ୍ତେ ଆଭାସି (ଭର୍ଚୁଆଲ)ରେ ହାଜର ହେବାକୁ ମହୁଆ ସୁପ୍ରିମକୋର୍ଟଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ