ଆନ୍ଧ୍ରରେ ମାଡ଼ ହେଲା ମୁରାସୁ

ଭୁବନେଶ୍ବର: ଅତି ଭୀଷଣ ସାମୁଦ୍ରିକ ଝଡ଼ ‘ମୁରାସୁ’ ସୋମବାର ବିଳମ୍ବିତ ରାତିରେ ଆନ୍ଧ୍ର ଉପକୂଳରେ ସ୍ଥଳଭାଗ ଛୁଇଁଛି। ରାତି ପ୍ରାୟ ୧୨ଟାରେ ଏହା ନେଲୋର ନିକଟବର୍ତ୍ତୀ ଆଲୁରଠାରେ ଭୂମିସ୍ପର୍ଶ କରିଛି। ଏହି ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଦୀର୍ଘ ୪ଘଣ୍ଟାରୁ ଊର୍ଦ୍ଧ୍ବ ସମୟ ଧରି ଚାଲିଥିଲା। ଏହି ସମୟରେ ଘଣ୍ଟାପ୍ରତି ପବନର ବେଗ ୧୦୦ରୁ ୧୧୦କି.ମି. ଓ ସ୍ଥଳବିଶେଷରେ ଝଟ୍‌କା ପବନ ୧୨୫କି.ମି. ଛୁଇଁଥିଲା। ଏହାର ପ୍ରଭାବରେ ଦକ୍ଷିଣ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆରମ୍ଭ ହୋଇଥିଲା। ବିଶେଷକରି ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ସମେତ ଉପକୂଳ ପୁରୀ ଜିଲାରେ ଏହାର ପ୍ରଭାବ ଦେଖିବାକୁ ମିଳିଛି।
ତେବେ ଏହାର ପ୍ରଭାବ ବାତ୍ୟା ‘ଅର୍ଣ୍ଣବ’ଠାରୁ କମ୍ ରହିଛି। ଲ୍ୟାଣ୍ଡଫଲ୍‌ ପରେ ମଙ୍ଗଳବାର ରାଜ୍ୟର ଦକ୍ଷିଣ ଓ ଉପକୂଳ ଜିଲାରେ ବର୍ଷା ସମ୍ଭାବନା ରହିଛି। ବିଶେଷକରି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲା ସମେତ ପୁରୀ, ଖୋରଧା, ନୟାଗଡ଼ରେ ଘଣ୍ଟା ପ୍ରତି ୫୦ କିମି ବେଗରେ ପବନ ବୋହିବା ସହ ବର୍ଷା ହୋଇପାରେ। ସେହିପରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ପବନ ସହିତ ବର୍ଷା ହେବ। ବୁଧବାର କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ୫ ତାରିଖରୁ ବର୍ଷାର ପ୍ରକୋପ ହ୍ରାସ ପାଇବ। ମୁରାସୁ ଆସୁଥିବାରୁ ୪ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

  • Related Posts

    ସ୍ୱତନ୍ତ୍ର ଭୂଅର୍ଜନ ଅଧିକାରୀ ଗିରଫ

    ସମ୍ବଲପୁର:ଭିଜିଲାନ୍ସ ସପ୍ତାହ ନ ସରୁଣୁ ଲାଞ୍ଚ ନେଉଥିବା ସମୟରେ ବନ୍ଧା ହୋଇଛନ୍ତି ସମ୍ବଲପୁର-ତାଳଚେର ରେଳ ଦୋହରୀକରଣର ସ୍ୱତନ୍ତ୍ର ଭୂଅର୍ଜନ ଅଧିକାରୀ (ସ୍ପେସାଲ୍ ଏଲ୍ଏଓ) ଅଜୟ କୁମାର ଗଡ଼ନାୟକ (ଓଆର୍‌ଏସ୍) । ଜଣେ ବ୍ୟକ୍ତିଙ୍କ ଜମି ଅଧିଗ୍ରହଣ ଓ ନିର୍ମାଣାଧୀନ ଘରର ମୂଲ୍ୟ…

    Continue reading
    ବନ୍ୟା ଓ ବାତ୍ୟା ପ୍ରଭାବିତ ୩ ଜିଲ୍ଲା ପାଇଁ ୪ IAS ଅଧିକାରୀଙ୍କୁ ଦାୟିତ୍ୱ:ମନ୍ତ୍ରୀ

    ଭୁବନେଶ୍ୱର: ବନ୍ୟା ଓ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ କ୍ଷୟକ୍ଷତିର ସଠିକ୍ ଆକଳନ ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ୪ ଜଣ ବରିଷ୍ଠ IAS ଅଧିକାରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି