ଆଫଗାନିସ୍ତାନରେ ଭୂକମ୍ପ ; ୬୨୨ ମୃତ

ନୂଆଦିଲ୍ଲୀ: ଭୟଙ୍କର ଭୂକମ୍ପ ଝଟକାରେ ଥରିଲା ଭାରତର ପଡୋଶୀ ଦେଶ ଆଫଗାନିସ୍ତାନ । ଶକ୍ତିଶାଳୀ ଭୂକମ୍ପରେ ନାଙ୍ଗରହାର ପ୍ରୋଭିନ୍ସର ଜଲାଲାବାଦ ଥରି ଉଠିଛି । ରିକ୍ଟର ସ୍କେଲରେ ୬.୩ ତୀବ୍ରତା ରେକର୍ଡ ହୋଇଛି । ରିପୋର୍ଟ ଲେଖାଯିବ ସୁଦ୍ଧା ୬୨୨ ଜଣଙ୍କର ମୃତ୍ୟୁ ହୋଇଛି । ୧୫୦୦ରୁ ଅଧିକ ଆହତ ହୋଇଛନ୍ତି । କିଛି ଘର ଛାତ ଭୁଶୁଡି ପଡିଥିବା ସୂଚନା ମିଳିଛି । ଦିଲ୍ଲୀ-ଏନ୍‌ସିଆର ଓ ପାକିସ୍ତାନରେ ମଧ୍ୟରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି ।ଆମେରିକା ଭୂତତ୍ତ୍ୱ ସର୍ଭେ ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ପାକିସ୍ତାନ ସୀମା ନିକଟରେ ପୂର୍ବ ଆଫଗାନିସ୍ତାନରେ ୬.୦ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି । ୟୁଏସଜିଏସ ଅନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ ନାଙ୍ଗରହାର ପ୍ରଦେଶର ଜଲାଲାବାଦ । ଏହାର ଗଭୀରତା ୮ କିଲୋମିଟର ରହିଛି ।ପୂର୍ବ ପ୍ରଦେଶ ନାଙ୍ଗରହାରରେ ୬୨୨ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୫୦୦ରୁ ଅଧିକ ଆହତ ହୋଇଛନ୍ତି । ଉଦ୍ଧାରକାର୍ୟ୍ୟ ଜାରି ରହିଛି ।
ଭୂମିକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ ଏହାର ଝଟକା ଭାରତର ଅନେକ ସ୍ଥାନରେ, ବିଶେଷକରି ଦିଲ୍ଲୀ-ଏନସିଆରରେ ମଧ୍ୟ ଅନୁଭୂତ ହୋଇଛି । ଏହା ବ୍ୟତୀତ ପାକିସ୍ତାନରେ ମଧ୍ୟ ଭୂମିକମ୍ପର ଝଟକା ଲାଗିଛି । ପ୍ରାୟ ୨୦ ମିନିଟ୍ ପରେ, ସେହି ପ୍ରଦେଶରେ ଦ୍ୱିତୀୟ ଭୂମିକମ୍ପ ହୋଇଥିଲା, ଯାହାର ତୀବ୍ରତା ୪.୫ ଏବଂ ଗଭୀରତା ୧୦ କିଲୋମିଟର ଥିଲା । ରବିବାର ସ୍ଥାନୀୟ ସମୟ ରାତି ୧୧ଟା ୪୭ ମିନିଟ୍‌ରେ ଭୂକମ୍ପ ଝଟକା ଲାଗିଥିଲା ।

  • Related Posts

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଭୁବନେଶ୍ବର,04/09: ନୂଆଦିଲ୍ଲୀରେ ଅନୁଷ୍ଠିତ ସେମିକନ୍ ଇଣ୍ଡିଆ ୨୦୨୫ରେ ରାଜ୍ୟ ସରକାର ୨୬୫୫ କୋଟି ଟଙ୍କାର ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷର କରିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଟପ୍‌ଟ୍ରାକ୍ ହାଇ-ଟେକ୍ ପିସିବି ପ୍ରାଇଭେଟ୍ ଲିମିଟେଡ୍‌ ସହ ୧୦୦୫ କୋଟି ଟଙ୍କାର…

    Continue reading
    ଭାରତକୁ ଅଧିକ ଏସ୍‌-୪୦୦ ବାୟୁ ପ୍ରତିରକ୍ଷା ଦେବ ରୁଷ୍‌

    ନୂଆଦିଲ୍ଲୀ,04/09: ଭାରତର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା ପାଇଁ ରୁଷ୍‌ ସହ ଚର୍ଚ୍ଚା ସଫଳ ହୋଇଛି। ଭାରତକୁ ଅଧିକ ଏସ୍‌-୪୦୦ ବାୟୁ ପ୍ରତିରକ୍ଷା ଯୋଗାଇ ଦେବାକୁ ରୁଷ୍‌ ନିଷ୍ପତ୍ତି ନେଇଛି ଏବଂ ଏହି ପ୍ରକ୍ରିୟା ତ୍ବରାନ୍ବିତ ହେବ ବୋଲି ମଧ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର