ଆମ ବିଧାୟକ କେହି ଗୃହକୁ ଯିବେନି:ତାରା

ଭୁବନେଶ୍ୱର: କଂଗ୍ରେସ ବିଧାୟକ ତାରା ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆମ ବିଧାୟକ କେହି ଗୃହକୁ ଯିବେନି, ଗାନ୍ଧିମୂର୍ତ୍ତି ତଳେ ଧାରଣାରେ ବସିବେ। ଗୃହରେ ଯାହା ଘଟିଲା ଏହା ବିଜେପିର ଗଣତନ୍ତ୍ର ଓ ଓଡ଼ିଆ ଅସ୍ମିତା ଅନେକ ସମୟରେ ମୁଁ ପ୍ରଶ୍ନ ପଚାରିଥିଲି, ତାଙ୍କୁ ବାଣ ଭଳିଆ ଭେଦିଥିଲା।

ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ଗତକାଲି ଗୃହରେ ହଙ୍ଗାମା କରିଥିଲେ ତାରା ବାହିନୀପତି । ବିଧାନସଭାରେ ପ୍ରଶ୍ନୋତ୍ତର କାର୍ୟ୍ୟକ୍ରମ ଚାଲିଥିବାବେଳେ ଦୁଇ ବିଧାୟକ ଜୟନାରାୟଣ ମିଶ୍ର ଏବଂ ତାରା ବାହିନୀପତିଙ୍କ ମଧ୍ୟ ହାତାହାତି ପରିସ୍ଥିତି ଉପୁଜିଥିଲା। ପ୍ରବଳ ହଙ୍ଗାମା ଯୋଗୁଁ ଗୃହ ଚାଲିପାରିନଥିଲା । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ଦଳ କଂଗ୍ରେସ ଓ ବିଜେଡିର ହୋହାଲ୍ଲା କରିଥିବା ଦେଖିବାକୁ ମିଳିଥିଲା। ଉଭୟ ବିରୋଧୀ ଦଳର ସଦସ୍ୟମାନେ ପୋଡିୟମ୍ ଉପରକୁ ଚଢିବାକୁ ଉଦ୍ୟମ କରିଥିଲେ। ଜୟ ନାରାୟଣ ପ୍ରସଙ୍ଗ ଉଠାଇ ବିଜେଡି ପ୍ରତିବାଦ କରିଥିଲା। ଏବଂ ନାରୀ ନିର୍ୟାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ଗୃହରେ ହଙ୍ଗାମା କରିଥିଲା । ଏପରିକି ରିପୋର୍ଟରଙ୍କ ଟେବୁଲ ଉପରେ ଚଢି କଂଗ୍ରେସ ବିଧାୟକମାନେ ପ୍ରତିବାଦ କରିଥିଲେ। ଅନ୍ୟପଟେ ନିଲମ୍ବିତ ତାରା ରାତିସାରା ଗାନ୍ଧୀ ମୂର୍ତ୍ତି ତଳେ ପ୍ରତିବାଦ କରିବେ ବୋଲି ସୂଚନା ଦେଇଛନ୍ତି । ଦଳୀୟ ବିଧାୟକମାନେ ପ୍ରତିକ୍ରିୟା ରଖି ଗଣତନ୍ତ୍ରର ହତ୍ୟା କରାଯାଇଛି ବୋଲି କହିବା ସହ ନିଲମ୍ବନ ଉଠାଇବା ପାଇଁ ଦାବି କରିଛନ୍ତି ।

ଅନ୍ୟପକ୍ଷରେ ବିଜୁ ଜନତା ଦଳ ତାରାଙ୍କୁ ସମର୍ଥନ କରିଛନ୍ତି । ଏନେଇ ଆଜି ବିଜେଡି ବିଧାୟକମାନେ ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟି ତାରାଙ୍କ ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରିବା ପାଇଁ ଦାବି କରିଛନ୍ତି ।
ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ସମେତ ପ୍ରତାପ ଦେବ ଓ ଅରୁଣ ସାହୁ ଆଜି ବାଚସ୍ପତିଙ୍କୁ ଭେଟିଛନ୍ତି । ଏହି ଅବସରରେ ସେମାନେ ତାରାଙ୍କ ନିଲମ୍ବନ ଆଦେଶକୁ ପ୍ରତ୍ୟାହାର ସହ ନିଷ୍ପତ୍ତି ଉପରେ ପୁନର୍ବିଚାର କରିବା ପାଇଁ ଦାବି କରିଥିଲେ ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ