ଆମ ବିଧାୟକ ବୁଲିବାକୁ ଯାଇଛନ୍ତି :ତାରା

ରାଜ୍ୟସଭା ନିର୍ବାଚନକୁ ଆଉ ମାତ୍ର ତିନି ଦିନ ବାକି ଅଛି । ସମୟ ଯେତିକି ଗଡ଼ୁଛି, ବିରୋଧୀ ବିଜେଡି ଓ କଂଗ୍ରେସରେ ସନ୍ଦେହ ସେତିକି ବଢ଼ୁଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଓ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ନିଜେ ଏହି ନିର୍ବାଚନର ମଙ୍ଗ ଧରିଛନ୍ତି। ସେପଟେ କଂଗ୍ରେସ ୮ ବିଧାୟକ ହ୍ବିପ୍‌ ଭାଙ୍ଗିଥିବା ଅଭିଯୋଗ ଆସିଛି। ୧୩ରୁ ୧୬ ଯାଏଁ ଭୁବନେଶ୍ବର ନ ଛାଡ଼ିବାକୁ ଥିଲା ନିର୍ଦ୍ଦେଶ।-ହ୍ବିପ୍‌ ଜାରି କରିଥିଲେ କଂଗ୍ରେସ ଦଳ ମୁଖ୍ୟ ସଚେତକ ସିଏସ୍ ରାଜନ ଏକ୍କା। କିନ୍ତୁ ୮ କଂଗ୍ରେସ ବିଧାୟକ ହ୍ବିପ୍‌ ନ ମାନି ବେଙ୍ଗଲୁରୁ ଯାଇଛନ୍ତି।
ଏନେଇ କଂଗ୍ରେସ ବିଧାୟକ ତାରା ବାହିନୀପତି । ସେ କହିଛନ୍ତି ନିଜ ଇଚ୍ଛାରେ ବୁଲିବାକୁ ଯାଇଛନ୍ତି ଆମ ବିଧାୟକ । ଦୁଇ ଦିନ ପରେ ଆସିବେ, ବହୁତ ଦିନ ହେଲା କୁଆଡେ ଯାଇ ନ ଥିଲେ । ଏଥିରେ କିଛି ରାଜନୈତିକ ଅଭିଶନ୍ଧି ନାହିଁ । ଆମ ବିଧାୟକଙ୍କ ଉପର ବିଶ୍ୱାସ ଅଛି । ଘୋଡା ବେପାରରେ ସାମିଲ ହେବେନି ବୋଲି ସେ ରୋକ୍ ଠୋତକ୍ ଶୁଣାଇଦେଇଛନ୍ତି ।
ସେହିପରି କଂଗ୍ରେସ ବିଧାୟକଙ୍କ ଗସ୍ତକୁ ନାପସନ୍ଦ କରିଛନ୍ତି କଂଗ୍ରେସ ବିଧାୟକ ସୋଫିଆ ଫିର୍ଦ୍ଦୋଷ । ବାହାରକୁ ଯିବାର କ’ଣ ଆବଶ୍ୟକତା ରହିଛି ବୋଲି ପ୍ରଶ୍ନ କଲେ ସୋଫିଆ ।’ଆମେ ନିର୍ବାଚିତ ଲୋକ ପ୍ରତିନିଧି, କଟକ ଭଳି ଶିକ୍ଷିତ ସହରରୁ ଆସିଛୁ । ମୁଁ ଗଣମାଧ୍ୟମରୁ ଶୁଣିଲି, ମତେ କିଛି କୁହାଯାଇନାହିଁ ବୋଲି ସେ କହିଛନ୍ତି । ଆମେ ବି ନିଜେ ନିଜେ ନିଷ୍ପତ୍ତି ନେଇଛୁ ବୋଲି କହିଲେ ସୋଫିଆ ।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ