ଆରଜି କର ଦୁଷ୍କର୍ମ ହତ୍ୟା ମାମଲା: ଦୋଷୀ ସଞ୍ଜୟକୁ ମିଳିଲା ଆଜୀବନ କାରାଦଣ୍ଡ

କୋଲକାତା: ସମଗ୍ର ଦେଶକୁ ଦୋହଲାଇ ଦେଇଥିବା କୋଲକାତା ମହିଳା ଡାକ୍ତରଙ୍କ ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ, କୋର୍ଟ ଆଜି ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରଏକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ପଶ୍ଚିମବଙ୍ଗର ସିଆଲଦା କୋର୍ଟ ଆଜି ଏହି ରାୟ ଶୁଣାଇଛନ୍ତି। ଏହା ସହିତ, କୋର୍ଟ ୫୦,୦୦୦ ଟଙ୍କା ଜରିମାନା ମଧ୍ୟ ଲଗାଇଛନ୍ତି। କୋର୍ଟ ରାୟ ଦେବା ପୂର୍ବରୁ ମୃତକଙ୍କ ବାପା ଦୋଷୀକୁ ସର୍ବାଧିକ ଦଣ୍ଡ ଦେବାକୁ ଦାବି କରିଥିଲେ।

ସିଆଲଦା କୋର୍ଟର ବିଚାରପତି ଜାନୁଆରୀ ୧୮ତାରିଖରେ ସ୍ପଷ୍ଟ କରିସାରିଥିଲେ ଯେ ଏହି ମାମଲାରେ ସର୍ବାଧିକ ଦଣ୍ଡ “ମୃତ୍ୟୁଦଣ୍ଡ” ଓ ସର୍ବନିମ୍ନ ଦଣ୍ଡ ଆଜୀବନ କାରାଦଣ୍ଡ ହେବ। ଏହା ପରେ ମୃତ ଡାକ୍ତରଙ୍କ ପରିବାର ସହିତ ସିବିଆଇ ମଧ୍ୟ ମୃତ୍ୟୁଦଣ୍ଡ ଦାବି କରିଥିଲା। କିନ୍ତୁ, ମୃତ୍ୟୁଦଣ୍ଡ ଦେବା ପରିବର୍ତ୍ତେ, କୋର୍ଟ ଆଜୀବନ କାରାଦଣ୍ଡ ଦେଇଛନ୍ତି। କୋର୍ଟ ଏହି ମାମଲାକୁ ବିରଳ ବୋଲି ବିବେଚନା କରୁନଥିବାରୁ ମୃତ୍ୟୁଦଣ୍ଡ ଦେଇନଥିବା ସାମ୍ନାକୁ ଆସିଛି।

ରାୟ ଶୁଣାଇବା ପୂର୍ବରୁ କୋର୍ଟ ସଞ୍ଜୟକୁ ନିଜର ପକ୍ଷ ରଖିବାକୁ କହିଥିଲେ। ଉତ୍ତରରେ ସଞ୍ଜୟ କହିଥିଲା, “କୌଣସି କାରଣ ବିନା ମୋତେ ଏଥିରେ ଜଡିତ କରାଯାଇଛି। ମୁଁ ସବୁବେଳେ ରୁଦ୍ରାକ୍ଷ ମାଳା ପିନ୍ଧେ। ଯଦି ମୁଁ କୌଣସି ଅପରାଧ କରିଥାଆନ୍ତି, ତେବେ ମାଳା ଅପରାଧ ସ୍ଥାନରେ ହିଁ ଛିଡ଼ି ଯାଇଥାନ୍ତା। ମୋତେ କହିବାକୁ ଅନୁମତି ଦିଆଗଲା ନାହିଁ। ଅନେକ କାଗଜପତ୍ରରେ ଜୋରଜବରଦସ୍ତ ଦସ୍ତଖତ କରାଯାଇଥିଲା।”

ଏହା ଶୁଣିବା ପରେ କୋର୍ଟ କହିଥିଲେ ଯେ, “ତୁମ ଉପରେ ଲାଗିଥିବା ସମସ୍ତ ଆରୋପ ପ୍ରମାଣିତ ହୋଇସାରିଛି। ଏବେ ଏସବୁର କିଛି ଅର୍ଥ ନାହିଁ।”

ଉଲ୍ଲେଖଯୋଗ୍ୟ, ଗତ ବର୍ଷ ଅଗଷ୍ଟ ୯ ତାରିଖ ସକାଳେ ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲ ପରିସରର ସେମିନାର ହଲରୁ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ରାତି ଡ୍ୟୁଟି ସମୟରେ ବିଶ୍ରାମ କରୁଥିବା ବେଳେ ସଞ୍ଜୟ ମୃତକଙ୍କ ସହ ଦୁଷ୍କର୍ମ କରି ତାଙ୍କୁ ହତ୍ୟା କରିଥିଲା।

  • Related Posts

    ଇଣ୍ଡିଆ କେମ୍ ୨୦୨୬ରେ ଶିଳ୍ପ ସମ୍ଭାବନା ପ୍ରଦର୍ଶନ କରିବ ଓଡ଼ିଶା

    ଭୁବନେଶ୍ବର: ରାସାୟନିକ ଓ ପେଟ୍ରୋକେମିକାଲ ଶିଳ୍ପ କ୍ଷେତ୍ରରେ ଓଡ଼ିଶାକୁ ଏକ ପ୍ରମୁଖ ନିବେଶ ଗନ୍ତବ୍ୟ ଭାବେ ପ୍ରତିଷ୍ଠା କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ରାଜ୍ୟ ସରକାର ନିଜର ଶିଳ୍ପ ସମ୍ଭାବନାକୁ ଜାତୀୟ ମଞ୍ଚରେ ଉପସ୍ଥାପନ କରିବାକୁ ଯାଉଛନ୍ତି । ଏଥିପାଇଁ…

    Continue reading
    ଆଜି ଇଣ୍ଡିଆ ମେଣ୍ଟର ଅନଲାଇନରେ ବଡ଼ ବୈଠକ

    ନୂଆଦିଲ୍ଲୀ: ଅନଲାଇନରେ ହେବ ଇଣ୍ଡିଆ ମେଣ୍ଟର ବୈଠକ । ଭୋଟ ଚୋରି ପ୍ରସଙ୍ଗରେ ଆନ୍ଦୋଳନର ରୂପରେଖ ଓ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଚାପ ପକାଇବା ପାଇଁ ଗୁରୁବାର ସନ୍ଧ୍ୟାରେ ଇଣ୍ଡିଆ ମେଣ୍ଟର ଅନଲାଇନ ବୈଠକ ଅନୁଷ୍ଠିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି