ଆରପିଏଫ୍ ଇନ୍ସପେକ୍ଟର ଗିରଫ

ରାଉରକେଲା: ରାଉରକେଲା ଆରପିଏଫ୍ ଇନ୍ସପେକ୍ଟର କମଲେସ୍ ସମାଦାରଙ୍କ ସରକାରୀ ବାସଭବନ ଓ କାର୍ଯ୍ୟାଳୟରେ ସେଣ୍ଟ୍ରାଲ ବ୍ୟୁରୋ ଅଫ୍ ଇନ୍‌ଭେଷ୍ଟିକେସନ୍ (ସିବିଆଇ)ର ତିନି ଜଣିଆ ଟିମ୍ ପକ୍ଷରୁ ଶୁକ୍ରବାର ରାତି ପ୍ରାୟ ୯ଟାରେ ବଡ଼ଧରଣର ଚଢଉ କରାଯାଇଥିଲା। ପରେ ଆରପିଏଫ ଇନ୍ସପେକ୍ଟର କମଲେଶ ସାରଦାରଙ୍କୁ ସିବିଆଇ ଗିରଫ କରିଥିବା ସୂଚନା ମିଳିଛି।

ସୂଚନାନୁସାରେ, ଶୁକ୍ରବାର ରାତି ପ୍ରାୟ ୯ ଟାରେ ସିବିଆଇର ଏକ ଚାରି ଜଣିଆ ଦଳ ରେଲୱେ କଲୋନିର ଛୋଟା ପାର୍କ ନିକଟରେ ରହିଥିବା ଆରପିଏଫ୍ ଇନ୍ସପେକ୍ଟରଙ୍କ ସରକାରୀ ବାସଭବନଓ ରେଲୱେ ଷ୍ଟେସନ ନିକଟରେ ରହିଥିବା କାର୍ଯ୍ୟାଳୟରେ ଏକକାଳୀନ ଚଢଉ କରିଥିଲା । ଘର ଓ କାର୍ଯ୍ୟାଳୟରେ ସିବିଆଇ ଅଧିକାରୀମାନେ ବିଭିନ୍ନ କଗଜପତ ଯାଞ୍ଚ କରୁଛନ୍ତି । ଏହା ସହିତ ଇନ୍ସପେକ୍ଟର ଶ୍ରୀ ସମାଦାରଙ୍କ ପରିଚିତ ତଥା ଜଣେ ସପ୍ଲାୟରଙ୍କ ବାସଭବନରେ ମଧ୍ୟ ସିବିଆଇ ଚଢାଉ କରିଛି । ରାଉରକେଲା ରେଲୱେ ଷ୍ଟେସନ ପରିସରରେ ଅବୈଧ ବିକ୍ରୟ ଏବଂ ଅନ୍ୟାନ୍ୟ ଅଭିଯୋଗକୁ ରଫାଦଫା କରିବା ପାଇଁ ଟଙ୍କା ନେଣଦେଣ କରୁଥିବା ନେଇ ଅଭିଯୋଗ ହେବା ପରେ ସିବିଆଇ ପକ୍ଷରୁ ଏହି ଚଢଉ କରାଯାଉଥିବା ସୂଚନା ମିଳିଛି ।

  • Related Posts

    ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ: ୩,୭୯୩ କୋଟି ଟଙ୍କାର ପୁଞ୍ଜିନିବେଶକୁ ଅନୁମୋଦନ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଓଡ଼ିଶା ସରକାର ଶିଳ୍ପାୟନ ଓ ଆର୍ଥôକ ବିକାଶ କ୍ଷେତ୍ରରେ ନିରନ୍ତର ଭାବେ ଅଗ୍ରଗତି କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

    Continue reading
    ଭୁବନେଶ୍ବରରେ କାଳବୈଶାଖୀ ତାଣ୍ଡବ

    ଭୁବନେଶ୍ୱର : ରାଜଧାନୀରେ କାଳବୈଖାଖୀ ତାଣ୍ଡବ । କାଳବୈଖାଖୀ ପ୍ରଭାବରେ କୁଆପଥର ବର୍ଷା ହେବା ସହ ଜୋରରେ ପବନ ହୋଇଛି। ପ୍ରାୟ ୪୦ରୁ ୫୦ କି.ମି ବେଗରେ ପବନ ହୋଇଛିa। ପବନରେ ବହୁ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଛି। ଏପରିକି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ