ଆରୋପ ପ୍ରତ୍ୟାରୋପରେ ଚାଲିଛି ପ୍ରଚାର

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନରେ ପ୍ରମୁଖ ଦଳର ଆରୋପ ପ୍ରତ୍ୟାରୋପ ମଧ୍ୟରେ ପ୍ରଚାର ଚାଲିଛି। ସ୍ବାଧୀନ ପ୍ରାର୍ଥୀ ମଧ୍ୟ ପଛରେ ନାହାନ୍ତି। ସେମାନେ ମଧ୍ୟ ନିର୍ବାଚନୀ ବୈତରଣୀ ପାରିହେବା ପାଇଁ ଦିନରାତି ଏକ କରିଦେଇଛନ୍ତି ସୋମବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ମଇଦାନକୁ ଆସି ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ଭୋଟ ଭିକ୍ଷା କଲା ପରେ ଅନ୍ୟ ପ୍ରମୁଖ ଦଳ ମଧ୍ୟରେ ଛନକା ପଶିଛି। ସେମାନେ ରଣନୀତିକୁ ଆହୁରି ଶାଣିତ କରିବା ପାଇଁ ଯୋଜନା କରୁଛନ୍ତି। ପୂର୍ବରୁ ନୂଆପଡା ନିର୍ବାଚନ ମଣ୍ଡଳୀ ବିଜେଡିର ଗଡ ରହିଥିଲା। ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ ୪ଥର ବିଧାୟକ ହୋଇଛନ୍ତି। ତାଙ୍କ ଦେହାନ୍ତ ପରେ ପୁଅ ଜୟ ଢୋଲକିଆ ଭାଜପାରେ ଯୋଗଦେଇ ପ୍ରାର୍ଥୀ ହୋଇଛନ୍ତି। ଏହା ବିଜେଡି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଥିବାବେଳେ ଖୋଦ ପୂର୍ବତନ ମୁଖ୍ୟମନ୍ତ୍ରୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କୁହାଯାଉଛି। ଅନ୍ୟପକ୍ଷରେ କଂଗ୍ରେସ ପାଇଁ ପିସିସି ସଭାପତି ଭକ୍ତ ଚରଣ ଦାସ ନୂଆପଡାରେ ଡେରା ପକାଇଥିବାବେଳେ ପୂର୍ବତନ ମନ୍ତ୍ରୀ ସୁର ରାଉତରାୟ ପଦଯାତ୍ରା କରି ଭୋଟ ଭିକ୍ଷା କରୁଛନ୍ତି। ବିଜୟ ଲକ୍ଷ୍ୟ ରଖି କଂଗ୍ରେସ ଆଗକୁ ହେଭିୱେଟ ନେତାମାନଙ୍କୁ ପ୍ରଚାର ମଇଦାନକୁ ଆଣିବା ପାଇଁ ପ୍ରସ୍ତୁତି ଚଳାଇଛି। ସେହିପରି ଭାଜପା ପ୍ରାର୍ଥୀ ଜୟଙ୍କ ବିଜୟ ପାଇଁ ଉପକୂଳିଆ ନେତା, ମନ୍ତ୍ରୀ, ବିଧାୟକ ସହ ସିନେ ତାରକା ଦିନରାତି ଏକ କରିଦେଉଛନ୍ତି। ଆଗକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସମେତ ବହୁ ହେଭିଓ୍ବେଟ ନେତା ଆସି ଜୟଙ୍କ ପାଇଁ ପ୍ରଚାର କରିବେ ବୋଲି ସୂଚନା ମିଳିଛି।

  • Related Posts

    ବିଜେଡିରୁ ୨ ନେତା ନିଲମ୍ବିତ

    ବାଲିଗୁଡ଼ା : ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ଘଟଣା ଘଟିଛି । ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଦଳ ବିରୋଧୀ କାର୍ଯ୍ୟକଳାପ ଅଭିଯୋଗରେ ଦୁଇ ଜଣ ପ୍ରମୁଖ ନେତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି । ସୂଚନା ଅନୁସାରେ, ଟୁନା ଦାସ…

    Continue reading
    ବିଜେଡି ସାଂସଦ ସଂଖ୍ୟା ଶୂନ ହୋଇଯିବ:ପ୍ରଦୀପ ପୁରୋହିତ

    ଭୁବନେଶ୍ୱର: ବିଜେଡିକୁ ନେଇ ବିଜେପି ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ଫୋରକ ବୟାନ। କହିଛନ୍ତି, ବିଜେଡିର କିଛି ବଡ଼ ନେତୃତ୍ୱ ଆମ ଶୀର୍ଷ ନେତୃତ୍ୱ ସହିତ ଆଲୋଚନା କରୁଛନ୍ତି। ଆଗକୁ ବିଜେଡିରେ ବଡ଼ ବିସ୍ଫୋରଣ ହେବ, ବିଜେଡି ଡଙ୍ଗା ବୁଡ଼ୁଛି। ଜୀବନ ବଞ୍ଚାଇବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ