ଆସନ୍ତାକାଲି ଦିଲ୍ଲୀ ଗସ୍ତରେ ଯିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର,06/09: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତାକାଲି ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତାକାଲିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଉପରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୯ତାରିଖରେ ଥିବାବେଳେ ନବୀନଙ୍କ ଦିଲ୍ଲୀ ଗସ୍ତକୁ ରାଜନୀତିକ ମହଲରେ ଗୁରୁତ୍ୱ ଦିଆଯାଉଛି । ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ କରିବ ସେନେଇ କୌଣସି ନିଷ୍ପତ୍ତି ଏପର୍ଯ୍ୟନ୍ତ ସାର୍ବଜନୀନ କରିନାହିଁ । ଦଳର ଆଭିମୁଖ୍ୟ ସମ୍ପର୍କରେ ନବୀନ ଦିଲ୍ଲୀରେ ଘୋଷଣା କରିବାର ସମ୍ଭାବନା ରହିଛି । ଉଲ୍ଲେଖଯୋଗ୍ୟ, ଗତମାସରେ ଅସୁସ୍ଥ ହୋଇ ନବୀନ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ସ୍ୱାସ୍ଥ୍ୟବସ୍ଥା ବୁଝିବା ସହ ସୁସ୍ଥ ହୋଇ ଦିଲ୍ଲୀ ଆସିଲେ ତାଙ୍କୁ ଭେଟିବାକୁ ଅନୁରୋଧ କରିଥିଲେ । ନବୀନ ସମ୍ଭବତଃ ଏହି ଗସ୍ତ ସମୟରେ ତାଙ୍କୁ ଭେଟିପାରନ୍ତି ବୋଲି ଚର୍ଚ୍ଚା ହେଉଛି । ପାଣ୍ଡିଆନ ଚଳିତ ସପ୍ତାହରେ ଦିଲ୍ଲୀ ଗସ୍ତରେ ଯାଇ ନବୀନଙ୍କ ଦିଲ୍ଲୀ ରହଣୀ ନିମନ୍ତେ ଆବଶ୍ୟକ ବନ୍ଦୋବସ୍ତ କରି ଫେରିଥିବା ଜଣାପଡ଼ିଛି । ନବୀନ ଶେଷଥର ପାଇଁ ଗତ ମାର୍ଚ୍ଚ ମାସରେ ଦିଲ୍ଲୀ ଗସ୍ତରେ ଯାଇଥିଲେ ।

  • Related Posts

    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading
    ବଦଳିବେନି କଂଗ୍ରେସ ବିଧାୟକ ଦଳ ନେତା: ଭକ୍ତ ଦାସ

    ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କ ଦିଲ୍ଲୀ ଗସ୍ତ ଏବଂ ବିଧାୟକ ଦଳ ନେତା ପରିବର୍ତ୍ତନ ଚର୍ଚ୍ଚା ଭିତରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି । କହିଛନ୍ତି, କଂଗ୍ରେସ ବିଧାୟକ ମାନେ ଦିଲ୍ଲୀ ବୁଲିବାକୁ ଯାଇଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ