ଆସନ୍ତାକାଲି ବର୍ଷାର ପରିମାଣ କମିବ

ଭୁବନେଶ୍ୱର:ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ତତ୍‌ ପରବର୍ତ୍ତୀ ଅବପାତ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆସନ୍ତାକାଲି ବର୍ଷାର ପରିମାଣ ବହୁ ମାତ୍ରାରେ କମିଯିବାର ସମ୍ଭାବନା ରହିଛି। ଆଜି ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି।

ସେ ଦେଇଥିବା ସୂଚନା ଅନୁଯାୟୀ, ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି ଓ ନୟାଗଡ଼ ଜିଲ୍ଲାର ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ହାଲକା ବର୍ଷା ହେବ। ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼ ଓ ସୋନପୁର ଆଦି ଜିଲ୍ଲାରେ ଆଜିଠାରୁ ବର୍ଷା କମିଯିବ। କାଲିଠାରୁ ବର୍ଷାର ପରିମାଣ ବହୁତ ମାତ୍ରାରେ କମିଯିବାର ସମ୍ଭାବନା ରହିଛି। ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପାଗ ମୁଖ୍ୟତଃ ମେଘୁଆ ରହିବା ସହିତ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି।ଅନ୍ୟପକ୍ଷରେ ଆଗାମୀ ୪୮ ଘଣ୍ଟା ଯାଏଁ ରାଜ୍ୟରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ବିଶେଷ କରି କେନ୍ଦୁଝର, ଝାରସୁଗୁଡ଼ା, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର କିଛି କିଛି ସ୍ଥାନରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ