ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ହୋଇ ରହିଛି । ୨୪ ଘଣ୍ଟାରେ ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ମୁହାଁଇବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ତେବେ ୩ ତାରିଖରେ ପୁଣି ଗୋଟିଏ ଲଘୁଚାପ ସୃଷ୍ଟି ହେବ। ଏହା ବିଶେଷ ବଳୁଆ ହେବନି ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି । ଓଡ଼ିଶା ସଂଲଗ୍ନ ବଙ୍ଗୋପସାଗରରେ ଥିବା ଲଘୁଚାପ ଶୁକ୍ରବାର ଛତିଶଗଡ଼ରେ ପହଞ୍ଚିପାରେ । ୨୮ ତାରିଖ କିଛି ସ୍ଥାନରେ ବର୍ଷା ହୋଇପାରେ। ୨୯ ତାରିଖ କେନ୍ଦ୍ରୀୟ ଓ ଉତ୍ତର ଓଡ଼ିଶାରେ ସ୍ୱଳ୍ପ ବର୍ଷା ହୋଇପାରେ । ୩୦ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶା, ୩୧ରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପ ବର୍ଷା ହେବ। କିଛି ସ୍ଥାନରେ ମଧ୍ୟମ ଧରଣର ( ୩୫ ମିମି ପର୍ୟ୍ୟନ୍ତ) ବର୍ଷା ସମ୍ଭାବନା ଅଛି । ୩୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ନାହିଁ। ବୁଧବାର ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଗୁରୁବାର ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ର ବିକ୍ଷିପ୍ତ ସ୍ଥାନରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୯ ଓ ୩୦ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ।
ସୋମବାରଠୁ ଭିତର ରତ୍ନଭଣ୍ଡାର ଗଣତି ମଣତି
ପୁରୀ: ଆଜି ସରିବ ବାହାର ରତ୍ନ ଭଣ୍ଡାର ଗଣତି ମଣତି। ଗତକାଲି ତୃତୀୟ ଦିନରେ ବାହାର ରତ୍ନଭଣ୍ଡାର ଅଳଙ୍କାରର ପ୍ରାୟ ୯୦% ଅଳଙ୍କାରର ଗଣତି ମଣତି ସରିଛି। ସମସ୍ତ ଅଳଙ୍କାରର ଥ୍ରୀଡୀ ମ୍ୟାପିଂ ସହ ଭିଡିଓଗ୍ରାଫି ଓ ଫଟୋଗ୍ରାଫି ହୋଇଛି। ଆସନ୍ତା…




