ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୨ ଓ ୨୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୨ ତାରିଖରୁ ରାଜ୍ୟରେ ପୁଣି ବର୍ଷା ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଉତ୍ତର ଝାଡ଼ଖଣ୍ଡ, ସଂଲଗ୍ନ ଦକ୍ଷିଣ-ପଶ୍ଚିମ ବିହାର ଓ ଦକ୍ଷିଣ-ପୂର୍ବ ଉତ୍ତରପ୍ରଦେଶ ଉପରେ ଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଫଳରେ ରାଜ୍ୟରେ ବୁଧବାର ବର୍ଷା ହୋଇଥିଲେ ମଧ୍ୟ ଦିନସାରା ଖରା, ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ। କିନ୍ତୁ ଶୁକ୍ରବାର କିଛି ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ବେଳେ ୨୨ରୁ ପୁଣି ପ୍ରବଳ ବର୍ଷା ହେବ। ତେବେ ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି ହୋଇଛି। ସେହିପରି ୨୨ ତାରିଖରେ ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୫ଟି ଜିଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷାପବନ ହେବ। ବିଶେଷକରି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ନିଂ ଦିଆଯାଇଛି। ୨୫ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ