ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରୀ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ଗତକାଲି ରାଜ୍ୟ କ୍ୟାବିନେଟର ୧୬ତମ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ୭ଟି ବିଭାଗ ‘ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ପୂର୍ତ୍ତ, ସାଧାରଣ ପ୍ରଶାସନ, ଜଳ ସଂପଦ, ପଞ୍ଚାୟତିରାଜ ଓ ପାନୀୟଜଳ, ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ’ର ୧୦ଟି ପ୍ରସ୍ତାବ ଅନୁମୋଦନ ଲାଭ କରିଛି। ଏନେଇ ଆଜି ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଏହି ସମନ୍ୱିତ ଯୋଜନାରେ ପ୍ରାୟ ୧.୦୩ କୋଟି ପରିବାରର ୩.୪୬ କୋଟି ହିତାଧିକାରୀ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଓ ମହିଳା ସଦସ୍ୟ ମାନେ ଅତିରିକ୍ତ ୫ ଲକ୍ଷ ଟଙ୍କାର ଦେୟ ମୁକ୍ତ ଚିକିତ୍ସା ସୁବିଧା ପାଇବେ । ଏହା ସହ, ୭୦ ବର୍ଷ ବା ତଦୁର୍ଦ୍ଧ୍ଵ ବୟସ୍କ, ଆର୍ଥିକ ବର୍ଗ ନିର୍ବିଶେଷରେ, ସମସ୍ତ ବ୍ୟକ୍ତି ମାନଙ୍କ ପାଇଁ ‘ଆୟୁଷ୍ମାନ ବୟୋ-ବନ୍ଦନା ଯୋଜନା’ ଲାଗୁ କରାଯିବ । ଏହା ଦ୍ଵାରା ସେମାନେ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କାର ଦେୟ ମୁକ୍ତ ଚିକିତ୍ସା ପାଇ ପାରିବେ । ରାଜ୍ୟ କ୍ୟାବିନେଟ୍ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା- ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ବାବଦକୁ ୫ ବର୍ଷ, ଅର୍ଥାତ ୨୦୨୫-୨୬ ରୁ ୨୦୨୯-୩୦ ଆର୍ଥିକ ବର୍ଷ ପର୍ୟ୍ୟନ୍ତ ୨୭ ହଜାର ୧୯ କୋଟି ୨୫ ଲକ୍ଷ ଟଙ୍କାର ବ୍ୟୟ ଅଟକଳ ଅନୁମୋଦନ କରିଛନ୍ତି।

  • Related Posts

    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading
    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ