ଆୟୁଷ୍ମାନ ସମସ୍ୟାର ସମାଧାନ ପାଇଁ ସରକାରୀ ଭାବେ ପଦକ୍ଷେପ ନିଆଯିବ:ପ୍ରଭାତୀ ପରିଡା

ଭୁବନେଶ୍ୱର: ଆୟୁଷ୍ମାନ ଯୋଜନା ରାଜ୍ୟବାସୀଙ୍କ ପାଇଁ ସମ୍ପୂର୍ଣ୍ଣ ନୂଆ। ତେଣୁ କିଛି କିଛି ସମସ୍ୟା ଉପୁଜିବାଟା ସ୍ୱାଭାବିକ। କିନ୍ତୁ ସେସବୁର ସମାଧାନ ପାଇଁ ସରକାରୀ ଭାବେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ତେଣେ ହିତାଧିକାରୀଙ୍କ ମତରେ ଯେହେତୁ ଆୟୁଷ୍ମାନ କାର୍ଡ ସାରା ଦେଶରେ କାର୍ୟ୍ୟକାରୀ ହେଉଛି, ତେଣୁ ଏହାକୁ ନେଇ ସମସ୍ୟା ରହିବ ନାହିଁ। ହେଲେ ଏଥିରେ ସାମିଲ ହେବାକୁ ଥିବା ଲୋକଙ୍କ ପାଖରେ ପର୍ୟ୍ୟାପ୍ତ ସୂଚନା ରହିବା ଆବଶ୍ୟକ। ଶୁକ୍ରବାର ଠାରୁ ଏହି ଯୋଜନା ରାଜ୍ୟରେ କାର୍ୟ୍ୟକାରୀ ହୋଇଛି। ପୂର୍ବରୁ ଯେଉଁମାନେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ପଇସାରିଛନ୍ତି, ସେମାନେ ଏହି ଯୋଜନାରେ ଆପେ ଆପେ ସାମିଲ ହୋଇଯିବେ ବୋଲି ଶୁକ୍ରବାର ଆୟୋଜିତ କାର୍ୟ୍ୟକ୍ରମରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କିନ୍ତୁ ନୂଆ ହିତାଧିକାରୀ ମାନଙ୍କୁ ଚିହ୍ନଟ କରିବା, ସେମାନଙ୍କୁ ଯୋଜନାରେ ସାମିଲ କରାଇବା ଭଳି ଗୁରୁ ଦାୟିତ୍ୱ ଏବେ ସରକାରୀ କଳ ହାତରେ, ଯାହା ସମ୍ଭବ ହୋଇପାରିବ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ